ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH ଆଇନ,୨୦୧୩) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH ଆଇନ, ୨୦୧୩ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ