ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରୟ କେନ୍ଦ୍ର ସି ମାର୍ଟ ଶୁଭ ଉଦଘାଟନ

ଦେବଗଡ : ଓରମାସ ଓ ମିଶନ ଶକ୍ତି ବିଭାଗ ପକ୍ଷରୁ ପୁରୁଣାଗଡ଼ ନୂତନ ସିଭିଲ କୋର୍ଟ ସମ୍ମୁଖରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରୟ କେନ୍ଦ୍ର ସି ମାର୍ଟକୁ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ବରେଣ୍ୟ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ କିଶୋର ଚନ୍ଦ୍ର ମୁଣ୍ଡ, ଅତିରିକ୍ତ ଜିଲ୍ଲାପାଳ ରେବେକା ଵିଲୁଙ୍ଗ, ମୂଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ରାଜେନ୍ଦ୍ର ମିଞ୍ଜ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଫିତା କାଟି ସି ମାର୍ଟ ଗୃହର ଶୁଭ ଉଦଘାଟନ କରିଥିଲେ।ଏହି ସି ମାର୍ଟ ଠାରେ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମସଲା,ରାସନ୍ ସାମଗ୍ରୀ ଓ ଖାଦ୍ୟ ଦ୍ରବ୍ୟ ଇତ୍ୟାଦିର ବିକ୍ରୟ କରାଯିବାର ସୁବନ୍ଦୋବସ୍ତ କରାଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦିଲ୍ଲୀପ କୁମାର୍ ପ୍ରଧାନ,ଉପ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ , ମିଶନ ଶକ୍ତି ଜ଼ିଲ୍ଲା ସଂଯୋଜକ ଶିଶିର ଷଡ଼ଙ୍ଗୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂହ, ନିଯାରତ ଅଧିକାରୀ ଈଶ୍ୱର ଗୁରୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିଆମାଳ ଆଦିତ୍ୟ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଓ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ,ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ