ଯାଜପୁରର ପ୍ରସିଦ୍ଧ ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍ରେ କୁହାଯାଇଛି, ଯାଜପୁରର ବିରଜା କ୍ଷେତ୍ର କେବଳ ଓଡ଼ିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡ଼ିଶାର ଜନସାଧାରଣଙ୍କ ପ୍ରଗାଢ଼ ଭକ୍ତି ଓ ନିଷ୍ଠା ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ
ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…







