ମାଈହାତୀର ମୃତଦେହ ଠାବ

ଅନୁଗୁଳ: ଅନୁଗୁଳ ବନାଞ୍ଚଳ ସାହାରାଗୁଡ଼ା ଗ୍ରାମ୍ୟ ଜଙ୍ଗଲରୁ ଶନିବାର ଏକ ମାଈହାତୀର ମୃତଦେହ ମିଳିଛି। ଅନୁଗୁଳ ରେଞ୍ଜରଙ୍କ ସମେତ ଅନ୍ୟ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।
ସାହାରାଗୋଡ଼ା ଗାଁ ନିକଟରେ ଶନିବାର ଏକ ମାଈହାତୀର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକମାନେ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ତେବେ ହାତୀର ବୟସ ୧୫ ବର୍ଷ ମଧ୍ୟରେ ହୋଇଥିବା କୁହାଯାଉଥିବା ବେଳେ କୌଣସି ରୋଗରେ ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।
ହାତୀଟି ରୁଗ୍‌ଣ ଅବସ୍ଥାରେ ଥିବା ବେଳେ ତାର ଚିକିତ୍ସା ଅଭାବରୁ ମୃତ୍ୟୁ ହୋଇଥିବା କୁହାଯାଉଛି। ସେପଟେ ଗାଁ ନିକଟରେ ହାତୀ ମରି ପଡ଼ିଥିବାରୁ ମୃତ୍ୟୁର କାରଣ ବିଦ୍ୟୁତ୍ କରେଣ୍ଟ କି ଆଉ କ’ଣ ସେନେଇ ତଦନ୍ତ ଚାଲିଛି।ଘଟଣାସ୍ଥଳରେ ଅନୁଗୁଳ ରେଞ୍ଜର ହରମୋହନ ପ୍ରଧାନ, ଫରେଷ୍ଟର ରଞ୍ଜନ ପ୍ରଧାନଙ୍କ ସମେତ ଅନ୍ୟ ବନ କର୍ମଚାରୀମାନେ ପହଞ୍ଚିଛନ୍ତି। ବନ ବିଭାଗର ବରିଷ୍ଠ କର୍ମଚାରୀ ଓ ପଶୁ ଚିକିତ୍ସକ ସେଠାରେ ପହଞ୍ଚିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ରେଞ୍ଜର କହିଛନ୍ତି।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ