ମାଓନେତା ସହଦେବ ସହ ୩ ନିହତ

ରାଉରକେଲା,16।09: ଝାଡ଼ଖଣ୍ଡରେ ସୁରକ୍ଷାବାହିନୀ ଓ ପୁଲିସର ମିଳିତ ଅପରେସନ୍‌ରେ ସୋମବାର ଯବାନ-ମାଓବାଦୀ ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ମାଓନେତା ତଥା ସିପିଆଇ ମାଓବାଦୀ କେନ୍ଦ୍ରୀୟ କମିଟି ସଦସ୍ୟ ସହଦେବ ସୋରେନ ଓରଫ୍‌ ପ୍ରବେଶ ଓରଫ୍‌ ନିର୍ଭୟ ସହ ତିନିଜଣ ନିହତ ହୋଇଛନ୍ତି। ଅନ୍ୟ ଦୁଇଜଣ ହେଲେ ଏସ୍‌ଏସି ସଦସ୍ୟ ରଘୁନାଥ ହେମ୍ବ୍ରମ୍‌ ଓରଫ୍‌ ଚଞ୍ଚଳ ଓ ଜୋନାଲ୍‌ କମାଣ୍ଡର ବୀରସେନ ଗଞ୍ଜୁ। ସହଦେବ ମୁଣ୍ଡ ଉପରେ ଝାଡ଼ଖଣ୍ଡ ସରକାର ୧ କୋଟି, ଚଞ୍ଚଳ ପାଇଁ ୨୫ ଲକ୍ଷ ଓ ବୀରସେନ ପାଇଁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଥିଲେ। ଘଟଣାସ୍ଥଳରୁ ପୁଲିସ ତିନୋଟି ଏକେ-୪୭ ସ୍ବୟଂଚାଳିତ ରାଇଫଲ୍‌ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି। ଗୁଳି ବିନିମୟରେ ସିଆରପିଏଫ୍‌ର ତିନିଜଣ କୋବ୍ରା ମଧ୍ୟ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ