ମାର୍ଚ୍ଚ ୧୭ରୁ ଦ୍ୱିତୀୟ ସମେଟିଭ୍‌ ଆସେସ୍‌ମେଣ୍ଟ୍

ଭୁବନେଶ୍ୱର: ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲରେ ହେବ ଦ୍ୱିତୀୟ ସମେଟିଭ୍‌ ଆସେସ୍‌ମେଣ୍ଟ ପରୀକ୍ଷା । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୭ରୁ ପରୀକ୍ଷା ଆରମ୍ଭ ହେବ । ୨୨ରେ ଶେଷ ହେବ । ପରୀକ୍ଷା ସରିବା ମାତ୍ରେ ମୂଲ୍ୟାଙ୍କନ ଆରମ୍ଭ ହେବ । ୨୭ ମାର୍ଚ୍ଚ ସୁଦ୍ଧା ମୂଲ୍ୟାଙ୍କନ ସରିବ । ୩୦ରେ ପରୀକ୍ଷା ଫଳ ଘୋଷଣା କରାଯିବ । ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି ।

ଦ୍ୱିତୀୟ ସମେଟିଭ୍‌ ଆସେସ୍‌ମେଣ୍ଟ (ଏସ୍‌ଏ-୨) ପାଇଁ ଓସେପା ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରଶ୍ନପତ୍ର ପ୍ରସ୍ତୁତି, ଉତ୍ତର ଖାତା ଓ ପ୍ରଶ୍ନ ତିଆରି କରିବା ଲାଗି ଏସ୍‌ଇଆର୍‌ଟି ପରାମର୍ଶ ଦେବ । ଫେବ୍ରୁଆରୀ ୫ ସୁଦ୍ଧା ସବୁ ପ୍ରଶ୍ନପତ୍ର ତିଆରି ସରିବ । ମାର୍ଚ୍ଚ ୧୦ ସୁଦ୍ଧା ଏ ସବୁ ବ୍ଲକ୍‌ରୁ ସ୍କୁଲକୁ ପହଞ୍ଚାଯିବ । ମାର୍ଚ୍ଚ ୧୨ ଓ ୧୩ ତାରିଖରେ ଯାଞ୍ଚ କରାଯିବ ।

  • Related Posts

    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading
    ଭୁବନେଶ୍ୱରକୁ ୬ଟି ଜୋନ୍‌ରେ ବାଣ୍ଟିଲା ବିଏମ୍‌ସି

    ଭୁବନେଶ୍ୱର,: ବିଏମ୍‌ସିି ୩ରୁ ୬ଟି ଜୋନ୍‌ରେ ବାଣ୍ଟି ହୋଇଛି । ଜୋନ୍ ଅଫିସର ମାତ୍ରାଧିକ ଚାପକୁ ହ୍ରାସ କରିବା ଏବଂ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ପ୍ରତି ଜୋନ୍‌ରେ ୧୨ ଲେଖାଁଏ ୱାର୍ଡ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ