ମାସକର ଦରମା ଦାନ କଲେ ଧାମୀ

ଡେରାଡୁନ: ବିପତ୍ତି ବେଳେ ବଡପଣ ଦେଖାଇଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ । ଉତ୍ତରକାଶୀରେ ହୋଇଥିବା ପ୍ରଳୟ ପରେ ରିଲିଫ ପାଇଁ ନିଜ ଦରମା ଦେଲେ ମୁଖ୍ୟମନ୍ତ୍ରୀ । ଧରାଲି ଏବଂ ହର୍ସିଲ ଅଞ୍ଚଳରେବିପର୍ୟ୍ୟୟ ପରିଚାଳନା ସହ ରିଲିଫ ସାମଗ୍ରୀ ଏବଂ ଉଦ୍ଧାର କାର୍ୟ୍ୟ ପାଇଁ ନିଜ ମାସକର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ।ତେବେ ଉତ୍ତରକାଶୀରେ ପ୍ରଳୟର ତାଣ୍ଡବଲୀଳା ପରେ ଏବେ ଧରାଲିରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ପାହାଡରୁ ମାଡି ଆସିଥିବା ମାଟି ପାଣି ମିଶା ଆବର୍ଜନାରେ ପୂରା ଧରାଲି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି । ଧରାଲି ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ବ୍ରିଜ୍ ଭାଙ୍ଗିଛି, ରାସ୍ତା ଧୋଇ ଯାଇଛି ଏପରି ସ୍ଥଳରେ ଆକାଶମାର୍ଗରୁ ହେଲିକପ୍ଟର ଜରିଆରେ ଉଦ୍ଧାର କାମ ଚାଲିଛି । ସେପଟେ ୨୭୫ ଜଣଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ଏନଡିଆରଏଫ, ଏସଡିଆରଏଫ ବିଆରଓ ଘଟଣାସ୍ଥଳରେ ଉଦ୍ଧାରକାମକୁ ଜୋରଦାର କରିବା ସହ ଆବର୍ଜନା ତଳୁ ଜୀବନ ଖୋଜୁଛନ୍ତି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତର ମୁକାବିଲା ସହ ସ୍ଥାନୀୟ ଯୁବକ ଏବଂ ସଂଗଠନମାନଙ୍କୁ ସାଧାରଣ ଲୋକଙ୍କ ସହାୟତା ପାଇଁ ଅପିଲ କରିଛନ୍ତି ।

  • Related Posts

    ରାହୁଲ ଗାନ୍ଧୀଙ୍କୁ ସମର୍ଥନ ଦେଲେ ଶଶି ଥରୁର

    ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ସହିତ ସ୍ୱର ମିଳାଇ ନିଜ ଦଳରୁ ସମାଲୋଚିତ ହୋଇଥିବା ଶଶି ଥରୁର ଏବେ ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ସମର୍ଥନ ଦେଇଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଇଲେକ୍ସନ କମିଶନ ବିଜେପି ସହ ମିଶି ବଡ଼ ଧରଣର…

    ନିର୍ବାଚନ କମିସନ ପକ୍ଷପାତ କରୁଛନ୍ତି :ରାହୁଲ

    ନୂଆଦିଲ୍ଲୀ: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିକଟରେ ହୋଇଥିବା ନିର୍ବାଚନଗୁଡ଼ିକର ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଏବଂ ନିର୍ବାଚନ କମିସନ (ଇସି) ପକ୍ଷପାତ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ଇସିଙ୍କ ଉପରେ ତୀବ୍ର ଆକ୍ରମଣ କରି ରାହୁଲ ଅଭିଯୋଗ କରିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ