ମାସ ଶେଷ ସୁଦ୍ଧା କାର୍ୟ୍ୟରେ ଯୋଗ ନଦେଲେ ଦରମା ବନ୍ଦ: କୃଷି ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର : କୃଷି ବିଭାଗର ପ୍ରମୁଖ ସଚିବଙ୍କ କଡ଼ା ଚେତାବନୀ । ସମସ୍ତ କୃଷି ଅଧିକାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କୃଷି ବିଭାଗ ପ୍ରମୁଖ ସଚିବ ଡ.ଅରବିନ୍ଦ କୁମାର ପାଢୀ। ଚଳିତ ମାସ ଶେଷ ସୁଦ୍ଧା କାର୍ୟ୍ୟ ଯୋଗ ଦେବାକୁ ଦିଆଯାଇଛି ଅଲ୍‌ଟିମେଟମ୍‌ । ଯଦି ବିଭାଗର ନିର୍ଦ୍ଦେଶକୁ କେହି ନମାନନ୍ତି , ତେବେ ସେମାନଙ୍କ ଦରମା ବନ୍ଦ ହେବ ବୋଲି କଡ଼ା ନିର୍ଦ୍ଦେଶ ଦେଇଛନ୍ତି।ତେବେ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ, ସମସ୍ତ ପଦୋନ୍ନତିପ୍ରାପ୍ତ ବା ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବାକୁ ପଡିବ। କୌଣସି ବି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ୟ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ । ଅଗଷ୍ଟ ୩୧ ସୁଦ୍ଧା ତାଙ୍କ ନିଯୁକ୍ତ ସ୍ଥାନରେ ଯୋଗ ଦେବାରେ ବିଫଳ ହୋଇଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏଥି ପାଇଁ ସେହି ଅଧିକାରୀ ହିଁ ଦାୟୀ ରହିବେ। ଏପରିକି ଅଧିକାରୀମାନଙ୍କର ଦରମା ମଧ୍ୟ କରାଯିବ । ସେପ୍ଟେମ୍ବର ମାସରୁ ବନ୍ଦ କରାଯିବ। ସେହିପରି ପୋଷ୍ଟିଂ ଆଦେଶର ପରିବର୍ତ୍ତନ ପାଇଁ ଅନୈତିକ ବାହ୍ୟ ପ୍ରଭାବ ଆଣିବାର ପ୍ରୟାସ କଲେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ଏନେଇ କୃଷି ନିର୍ଦ୍ଦେଶାଳୟ, କ୍ଷେତ୍ର ପ୍ରତିଷ୍ଠାନର ମୁଖ୍ୟ ଅଧିକାରୀମାନଙ୍କୁ ଆଦେଶର ଅନୁପାଳନ ଉପରେ ନଜର ରଖିବାକୁ ଏବଂ କାର୍ୟ୍ୟସ୍ଥଳରେ ଯୋଗଦାନ ନ ଦେଉଥିବା ମାମଲା ଗୁଡ଼ିକୁ ବିଭାଗରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳ ସ୍ତରରେ କାର୍ୟ୍ୟାଳୟଗୁଡ଼ିକର ସୁଗମ କାର୍ୟ୍ୟ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଥିବା କୁହାଯାଇଛି।

  • Related Posts

    ଓଏଏସ୍‌ ସ୍ତରରେ ଅଦଳବଦଳ

    ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୧୧ଜଣ ବରିଷ୍ଠ ଅଧିକାରୀ ଏବଂ ପଞ୍ଜାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ୫ଜଣ ବିଡିଓଙ୍କର ବଦଳି ହୋଇଛି। ଗୃହନିର୍ମାଣ ଓ ନଗର ଉନ୍ନୟନ…

    Continue reading
    ବଢିବ ଚାଷୀ ପଞ୍ଜୀକରଣ ଅବଧି: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା। ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ ଅର୍ଥାତ୍ ଆଜି କିସ୍ତି ପ୍ରଦାନ କରାଯାଇଛି । ଚାଷୀଙ୍କ ବ୍ୟାଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ  ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଆସିବ ନୂଆ ଐତିହ୍ୟ ନୀତି

    ଆସିବ ନୂଆ ଐତିହ୍ୟ ନୀତି