ମା’ ଭଉଣୀକୁ ହତ୍ୟା ,ପୁଅ ଓ ନାତି ଗିରଫ

ସମ୍ବଲପୁର :ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ ବୃଦ୍ଧା ସ୍ନେହଲତା ଦୀକ୍ଷିତ ଓ ତାଙ୍କ ଝିଅ ସୈରେନ୍ଦ୍ରି ଜୀବନ୍ତ ଦଗ୍ଧ  ଘଟଣାରେ ମୁଖ୍ୟ ଅଭିଯୁକ୍ତ ବୃଦ୍ଧାଙ୍କ ପୁଅ ଜଗନ୍ନାଥ ଦିକ୍ଷିତ ଓ ତାଙ୍କ ପୁଅକୁ ଗିରଫ କରିଛି। ଆଜି  ଅଭିଯୁକ୍ତମାନଙ୍କର  କ୍ରାଇନ୍ ସିନ୍ ରିକ୍ରିଏସନ୍ କରିବ ପୁଲିସ।

ସେହ୍ନଲତା ଦୀକ୍ଷିତ ଓ ତାଙ୍କ ଝିଅ ଘରେ ଥିବାବେଳେ ଜଗନ୍ନାଥ ଓ ତାଙ୍କ ପୁଅ ଉଭୟଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିଲେ। ପରେ ଏହି ହତ୍ୟାକୁ ଦୁର୍ଘଟଣା ରୂପ ଦେବାକୁ ଘରେ ଗ୍ୟାସ ସିଲିଣ୍ଡର ଖୋଲି ନିଆଁ ଲଗାଇଦେଇଥିଲେ ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକାଲି ବୃଦ୍ଧା ସ୍ନେହଲତା ଓ ଝିଅ ସୈରେନ୍ଦ୍ରି ଦୀକ୍ଷିତ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ମା’ଝିଅ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ପୁଲିସ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ସମ୍ପତ୍ତି ପାଇଁ ମା’ ଓ ଭଉଣୀକୁ ଭାଇ ଜଗନ୍ନାଥ ହତ୍ୟା କରିଥିବା ସ୍ନେହଲତାଙ୍କ ସାନ ଝିଅ ଅଭିଯୋଗ ଆଣିଥିଲେ। ପୁଲିସ ଏହି ଘଟଣାରେ ବୃଦ୍ଧାଙ୍କ ପୁଅ ସହ ପରିବାରର ୪ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରିଥିଲା। ପରେ ବୃଦ୍ଧାଙ୍କ ପୁଅ ଓ ନାତିକୁ ଗିରଫ କରିଥିଲା ପୁଲିସ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ