ମିଥୁନ ମନହାସ ନୂଆ ବିସିସିଆଇ ସଭାପତି

ମିଥୁନ ମନହାସ ବିସିସିଆଇର ନୂଆ ସଭାପତି ଭାବେ ନିଯୁକ୍ତି ପାଇଛନ୍ତି। ରବିବାର BCCIର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ପରେ ଆନୁଷ୍ଠାନିକ ଭାବେ ତାଙ୍କ ନାଁ ଘୋଷଣା କରାଯାଇଛି। ମିଥୁନ ମନହାସ ବିସିସିଆଇର ୩୭ତମ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୪୫ ବର୍ଷୀୟ ମିଥୁନ ମନହାସଙ୍କ ଘର ଜମ୍ମୁ ଓ କଶ୍ମୀରରେ। ବିସିସିଆଇ ସଭାପତି ହେବାରେ ସେ ହେଉଛନ୍ତି ଜମ୍ମୁ ଓ କଶ୍ମୀରର ପ୍ରଥମ ବ୍ୟକ୍ତି। ସେହିଭଳି ଲଗାତାର ତୃତୀୟ ଥର ପାଇଁ ଜଣେ କ୍ରିକେଟର ଭାବେ ସେ ବିସିସିଆଇର ସଭାପତି ହୋଇଛନ୍ତି। ମିଥୁନ ମନହାସଙ୍କ ପୂର୍ବରୁ ରୋଜର ବିନ୍ନୀ ଏହି ପଦରେ ଥିବା ବେଳେ ତାଙ୍କ ପୂର୍ବରୁ ସୌରଭ ଗାଙ୍ଗୁଲି ହୋଇଥିଲେ ବିସିସିଆଇ ସଭାପତି।

ମିଥୁନ ମନହାସଙ୍କ ପାଖରେ ଉଭୟ ଖେଳାଳି ଓ ପ୍ରଶାସକ ଭାବେ ଅଭିଜ୍ଞତା ରହିଛି। ପୂର୍ବରୁ ସେ ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନ୍‌ରେ ‘ଡାଇରେକ୍ଟର ଅଫ୍ କ୍ରିକେଟ୍‌’ ପଦରେ ରହି କାର୍ଯ୍ୟ କରିଛନ୍ତି। ସେହିଭଳି ବିସିସିଆଇର ଏଜିଏମ୍‌ରେ ସେ ଜମ୍ମୁ ଓ କଶ୍ମୀରରୁ ପ୍ରତିନିଧିତ୍ୱ କରିଛନ୍ତି। ବିସିସିଆଇ ସଭାପତି ଭାବେ ରୋଜର ବିନ୍ନୀଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପରେ ଯେଉଁ କେତେ ଜଣଙ୍କ ନାଁ ଏହି ପଦବୀ ପାଇଁ ଚର୍ଚ୍ଚାରେ ରହିଥିଲା, ସେମାନଙ୍କ ମଧ୍ୟରେ ସର୍ବାଗ୍ରେ ଥିଲେ ମିଥୁନ ମନହାସ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ