ମୁଁ ଯାହା କହିଥିଲି ସତ ହେଲା:ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ ବାହାରେ ବିଜୁ ଟ୍ରଷ୍ଟ ଗଠନ ନେଇ ପୁଣି ମୁହଁ ଖୋଲିଲେ ପ୍ରଭାତ ବିଶ୍ୱାଳ।କହିଛନ୍ତି ମୁଁ ଯାହା କହିଥିଲି ସତ ହେଲା। ଟ୍ରଷ୍ଟ ଗଠନ କଥା ମାନିଲେ ନବୀନ ପଟ୍ଟନାୟକ। ପୂର୍ବରୁ ୪୦ ବିଧାୟକଙ୍କ ଆଗରେ ପଚାରିବାରୁ ସଂତୃପ୍ତ ମନା କରିଥିଲେ। ନବୀନ ମାନିବା ପରେ ଆଜି ସବୁ ସତ ପଦାକୁ ଆସି ଯାଇଛି ବୋଲି ପ୍ରଭାତ କହିଛନ୍ତି। ଗଠନ ହୋଇଥିବା ବିଜୁ ଟ୍ରଷ୍ଟର ମୁଖ୍ୟ ଭି.କେ. ପାଣ୍ଡିଆନ୍ ରହିଛନ୍ତି ବୋଲି କହିଛନ୍ତି।

ଅଭିଯୋଗ ଆଣିଛନ୍ତି ଯେ ରାଜନୀତିରୁ ସନ୍ନ୍ୟାସ ନେବା ପରେ ବି ପାଣ୍ଡିଆନ୍ ସବୁ କିଛି କରୁଛନ୍ତି। ପୂର୍ବରୁ ପ୍ୟାରୀ ବାବୁ ସବୁ କରୁଥିଲେ, ନବୀନ କେବଳ ଦସ୍ତଖତ କରୁଥିଲେ। ‘ପରେ ପାଣ୍ଡିଆନ୍ ସବୁ କିଛି କଲେ, ନବୀନ ବାବୁ ଦସ୍ତଖତ ମାରିଲେ। ଆଜି ବି ଦିଲ୍ଲୀରେ ରହି ପାଣ୍ଡିଆନ୍ ଗୋଟି ଚାଳନା କରୁଛନ୍ତି ବୋଲି କହିଛନ୍ତି ପ୍ରଭାତ। ତେବେ ପ୍ରଭାତଙ୍କ ଅଭିଯୋଗ ନେଇ ସନ୍ତୃପ୍ତ କିମ୍ବା ପାଣ୍ଡିଆନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ