ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବ ଦାସଙ୍କ ପତ୍ନୀ

ଭୁବନେଶ୍ୱର: ମାର୍ଚ୍ଚ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି । ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଥିବାରୁ ମୀନତି ଦାସ ଏହି ଚିଠିରେ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକାର ପାଇଁ ସମୟ ମାଗିଥିବା ଜଣାପଡ଼ିଛି । ଉଭୟ ଇ-ମେଲ୍ ଓ ଡାକ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଚିଠି ପଠାଇ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି ମିନତୀ ।
ନବ ଦାସଙ୍କ ହତ୍ୟା ଘଟଣାକୁ ୨ ବର୍ଷ ବିତିଥିବାବେଳେ କ୍ରାଇମବ୍ରାଞ୍ଚର ତଦନ୍ତ ସନ୍ଦେହ ପରିସରରୁ ମୁକୁଳି ପାରୁନାହିଁ । ବିଭିନ୍ନ ମହଲରୁ ବାରମ୍ବାର ସିବିଆଇ ତଦନ୍ତ ପାଇଁ ଦାବି ହେଉଛି । ନବଙ୍କ ପରିବାର ଲୋକେ ମଧ୍ୟ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବରେ ସରକାରଙ୍କୁ ଜଣାଇବେ ବୋଲି କହିଥିଲେ । ଅନ୍ୟପଟେ ପରେ ତଦନ୍ତକୁ ନେଇ କୌଣସି ଆପତ୍ତି ଅଭିଯୋଗ ଥିଲେ କ୍ରାଇମ୍‌ବ୍ରାଞ୍ଚ ସମ୍ମୁଖରେ ହାଜର ହୋଇ ଜଣାଇବାକୁ ନବଙ୍କ ପୁଅ ବିଶାଳ ଓ ଝିଅ ଦୀପାଳିଙ୍କୁ ନୋଟିସ୍ ହୋଇଥିଲା । ହେଲେ ଉଭୟ କ୍ରାଇମବ୍ରାଞ୍ଚ ନିକଟରେ ହାଜର ନହୋଇ ସମୟ ମାଗିବା ସହ ଘରେ ବୟାନ ରେକର୍ଡ କରିବାକୁ କହିଥିଲେ । ହେଲେ ଏବେ ନବଙ୍କ ପତ୍ନୀ ମିନତୀ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍ ଓ ଡାକ ଯୋଗେ ଚିଠି ପଠାଇ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ଯାହା ନବ ଦାସ ହତ୍ୟା ମାମାଲାକୁ ଏକ ନୂଆ ମୋଡ଼ ଦେବ ବୋଲି ଚର୍ଚ୍ଚା ହେଉଛି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ