ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କୁସୁମ ଟେଟେ

ଭୁବନେଶ୍ୱର: ସୁନ୍ଦରଗଡ଼ ଖଣି ଚୋରି ମାମଲାଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଅଭିଯୋଗ । ସୁନ୍ଦରଗଡ଼ର ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ କୁସୁମ ଟେଟେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ତଦନ୍ତ ପାଇଁ ଦାବି କରିଛନ୍ତି ।
ଏହି ଖଣି ଚୋରି ମାମଲାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି କୁସୁମ ଟେଟେ । ବର୍ଷ ବର୍ଷ ଧରି ସୁନ୍ଦରଗଡ଼ରେ କଳା ହୀରାର କଳା କାରବାର ଚାଲିଛି । ଏଥିରେ ବଡ଼ ବଡ଼ ମାଫିଆ, କିଛି ବରିଷ୍ଠ ରାଜନେତା ଓ ସରକାରୀ ବାବୁ ସାମିଲ ଥିବାରୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କୁସୁମ ।

ଅନ୍ୟପକ୍ଷରେ ସୁନ୍ଦରଗଡ଼ ତେଲେନଡ଼ିହି ଖଣି ଚୋରି ଘଟଣାରେ ଖସି ଯାଇ ପାରିବେନି ମାଫିଆ । ଯେତେ ପ୍ରଭାବଶାଳୀ ହୋଇଥିଲେ ମଧ୍ୟ ହେବ କାର୍ୟ୍ୟାନୁଷ୍ଠାନ । ଖଣି ଚୋରଙ୍କୁ ଏଭଳି ଚେତାବନୀ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଗଣମାଧ୍ୟମ ରିପୋର୍ଟ ଅଧାରରେ ରାଜ୍ୟ ସରକାର ତଦନ୍ତ ଆରମ୍ଭ କରିଥିବା ସେ କହିଛନ୍ତି । ସେପଟେ ବାରମ୍ବାର ଖବର ପ୍ରସାରଣ ପରେ ଖଣି ବିଭାଗର ନିଦ ଭାଙ୍ଗିଛି । ବିଭାଗ ପକ୍ଷରୁ ହେମଗିରି ଥାନାରେ ଏତଲା ହୋଇଛି । ପୋଲିସ ମାମଲା ରଜୁ କରିବା ସହ ମୁଖ୍ୟ କାର୍ପଟଦାର ପାଖରେ ପହଞ୍ଚିବାକୁ ତଦନ୍ତ ଚଳାଇଛି ।
ଖଣି ଦୁର୍ନୀତିର ଚେର ଖୋଜିବାକୁ ମାଇନିଂ କମିଟି ଗଠନ କରିଛନ୍ତି ପିସିସି ସଭାପତି । ଏହାର ଅଧ୍ୟକ୍ଷ ଅଛନ୍ତି ତାରାପ୍ରସାଦ ବାହିନୀପତି। ଏହି ଟିମ୍‌ ଗ୍ରାଉଣ୍ଡ ଜିରୋକୁ ଯାଇ ଖଣି ଚୋରି ଘଟଣାର ଅନୁଧ୍ୟାନ କରିବ । ତେବେ ଖଣି ଲୁଟ୍‌ ପଛରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ଥିବାରୁ ସାହା କମିଶନ ଭଳି ଜୁଡିସିଆରି ତଦନ୍ତ ଦାବି କରିଛି କଂଗ୍ରେସ । ସ୍ଥାନୀୟ ବୁଦ୍ଧିଜୀବୀ ମଧ୍ୟ ଉଚ୍ଚ ସ୍ତରୀୟ ତଦନ୍ତ ସପକ୍ଷରେ ମତ ରଖିଛନ୍ତି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ