ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଷୋଡ଼ଶ ଅର୍ଥ କମିଶନ

ଭୁବନେଶ୍ୱର: ୪ ଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଆଜି ଅର୍ଥାତ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ। ଆଗାମୀ ୫ ବର୍ଷ ପାଇଁ ୧୨.୫୬ ଲକ୍ଷ କୋଟିର ଦାବି ରଖିବ ଓଡ଼ିଶା । ଆଜି ଦ୍ବିପହରରେ ସମ୍ବାଦିକଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ଫେବୃଆରୀ ୪ ତାରିଖରୁ ଆସିଥିବା ଏହି ୧୫ ଜଣିଆ ଟିମ୍‌ ଆସନ୍ତା କାଲି ଅର୍ଥାତ ଫେବୃଆରୀ ୭ ତାରିଖରେ ଦିଲ୍ଲୀ ଫେରିଯିବାର କାର୍ୟ୍ୟକ୍ରମ ରହିଛି।

ଓଡ଼ିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ. ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ସଦସ୍ୟମାନେ ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ର ଗସ୍ତରେ ଆସି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହ ସହରର ଉନ୍ନତୀକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ । ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ । ଏହି ଟିମ୍‌ ରାଜ୍ୟର ବିଭିନ୍ନ ଅଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ