ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ୨ ହଜାର ନୂତନ ଟ୍ରାଫିକ୍‌ ପଦବୀ ସୃଷ୍ଟି

ଭୁବନେଶ୍ୱର : ରାଜ୍ୟରେ ଟ୍ରାଫିକ୍‌ ଓ ସଡକ ସୁରକ୍ଷା ବ୍ୟବସ୍ଥା ହେବ ଆହୁରି ସୁଦୃଢ। ବଢୁଥିବା ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ଓ ଲୋକଙ୍କୁ ଆହୁରି ସୁବିଧା ପ୍ରଦାନ କରିବା ପାଇଁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ହଜାର ନୂତନ ପଦବୀ ସୃଷ୍ଟି ଲାଗି ଗୁରୁବାର ଘୋଷଣା କରିଛନ୍ତି।

ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ ଓ ଜିଲାସ୍ତରରେ ୧୯୩୦ ପଦବୀ ସୃଷ୍ଟି ହେବ।

ଏଡିଜିପି/ଆଇଜିପି ଗୋଟିଏ ପଦବୀ, ଡିଆଇଜି (ପୁଲିସ) ଗୋଟିଏ ପଦବୀ, ଏସପି ୨ଟି ପଦବୀ, ଡିଏସପି ୪ଟି, ଇନ୍ସପେକ୍ଟର ୬ଟି, ଏସଆଇ ୮ଟି, ଏଏସଆଇ ୮ଟି, କନେଷ୍ଟବଳ ୨୨ଟି, ଚାଳକ ୧୦ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି।

ଡିଏସ୍‍ପି ୫ଟି ପଦବୀ, ଇନ୍ସପେକ୍ଟର ୪୧ଟି ପଦବୀ, ସବ୍‍- ଇନ୍ସପେକ୍ଟର ୮୩ଟି ପଦବୀ, ଏଏସ୍‍ଆଇ ୮୩ଟି ପଦବୀ, ହାବିଲ୍‌ଦାର ୩୧୦ ଓ କନେଷ୍ଟବଳ ପାଇଁ ୧୪୦୮ଟି ପଦବୀ ସୃଷ୍ଟି କରାଯାଇଛି। ସମୁଦାୟ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ