ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ୩ମାସର ଆଗୁଆ ୧୫କିଲୋ ଚାଉଳ ମିଳିବ

ଭୁବନେଶ୍ୱର:  ସାଧାରଣ ବଂଟନ ବ୍ୟବସ୍ଥାରେ ହିତାଧିକାରୀମାନଙ୍କୁ ୩ମାସର ଆଗୁଆ ୧୫କିଲୋ ଚାଉଳ ମିଳିବ । ଏହାବ୍ୟତୀତ ଇ-ଶ୍ରମିକ ପଞ୍ଜିକରଣରେ ବାଦ୍ ପଡ଼ିଥିବା ଆଉ ୧.୩୧ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟ ଖାଦ୍ୟ ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାଧାରଣ ବଂଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀମାନଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ ହିତାଧିକାରୀଙ୍କୁ ୩ମାସ(ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫କିଲୋ ଲେଖାଏଁ ଚାଉଳ ପାଇବେ । ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ଲକ୍ଷ ପରିବାର ଏପର୍ୟ୍ୟନ୍ତ ଚାଉଳ ପାଇନାହାନ୍ତି । ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଂଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ