ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଖରିଫ ଋତୁ ଧାନ ସଂଗ୍ରହ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି

ଭୁବନେଶ୍ୱର,୧୩/୦୮: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି । ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ଯାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି । ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା । ମାତ୍ର ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉକ୍ତ ପଞ୍ଜିକରଣ ଅବଧିକୁ ସରକାର ବୃଦ୍ଧି କରିଛନ୍ତି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ପଞ୍ଜିକରଣ ପ୍ରକ୍ରିୟା ୪ ଦିନ ବିଳମ୍ବରେ ହୋଇଥିଲେ ସୁଦ୍ଧା ଏହି ପ୍ରକ୍ରିୟାରେ ସାମିଲ ହେବା ପାଇଁ ଅଧିକରୁ ଅଧିକ ଚାଷୀ ଇଚ୍ଛାବ୍ୟକ୍ତ କରିଛନ୍ତି । ଗତବର୍ଷ ଏହି ପ୍ରକ୍ରିୟା ଜୁଲାଇ ୧୫ ତାରିଖରେ ଆରମ୍ଭ ହୋଇଥିବାବେଳେ ଚଳିତ ବର୍ଷ ଏହା ଜୁଲାଇ ୧୯ ତାରିଖଠାରୁ ଜାରି ରହିଛି । ଏହା ବ୍ୟତୀତ ପଞ୍ଜିକରଣକୁ ସରଳୀକୃତ କରାଯିବା ସହ ନିଜସ୍ୱ ଘୋଷଣାନାମା (Self Declaration) ମାଧ୍ୟମରେ ମଧ୍ୟ ଚାଷୀମାନେ ପଞ୍ଜିକରଣ କରିବାର ସୁବିଧା ଦେବାକୁ ସରକାର ସ୍ଥିର କରିଛନ୍ତି। ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଜ ସରକାରୀ ବାସଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ଏହି ଅବସରରେ ମାନ୍ୟବର ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ, ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡତିଆ, ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ବରଗଡ଼ ବିଧାୟକ ଶ୍ରୀ ଅଶ୍ବିନୀ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଗ୍ୟାସ୍ କଳା ବଜାର ରୋକିବାକୁ ବାୟୋମେଟ୍ରିକ ବାଧ୍ୟତାମୂଳକ

    ଭୁବନେଶ୍ବର: ଇରାନ ଯୁଦ୍ଧ ପାଇଁ ଭାରତରେ ଏଲ୍‌ପିଜି ସଙ୍କଟ ଦେଖାଦେଇଥିବା ବେଳେ ପିଏନ୍‌ଜି ଗ୍ୟାସ୍ ସଂଯୋଗ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି। ଏପରିସ୍ଥଳେ ଏଲପିଜି ସିଲିଣ୍ଡର କଳାବଜାରୀ ରୋକିବାକୁ ତୈଳ ଓ ଗ୍ୟାସ କମ୍ପାନୀଙ୍କ ପକ୍ଷରୁ ଗ୍ରାହକଙ୍କ ବାୟୋମେଟ୍ରିକ (ଆଙ୍ଗୁଠି ଓ…

    Continue reading
    ଜନଗଣନା ନ ସରିବା ଯାଏ କର୍ମଚାରୀଙ୍କ ବଦଳି ବନ୍ଦ

    ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଥିବା ଜନଗଣନା ବର୍ଷେ ପର୍ୟ୍ୟନ୍ତ ଜାରି ରହିବ। ସେ ପର୍ୟ୍ୟନ୍ତ ଏଥିରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ଅନ୍ୟତ୍ର ବଦଳି ଉପରେ କଟକଣା ଲଗାଯାଇଛି। ଏନେଇ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅରବିନ୍ଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ