ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର

ଭୁବନେଶ୍ୱର : ରାଜ୍ୟ ପୋଲିସ ଏଭଳି ପଦକ୍ଷେପ ନେଉ ଯାହାଦ୍ୱାରା ପୋଲିସ ସାଧାରଣ ଲୋକଙ୍କ ବିଶ୍ୱାସଭାଜନ ହେବ। ଏଥି ସହିତ ଅପରାଧୀମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିପାରିବ । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରି ପୁଲିସକୁ ଏହା କହିଛନ୍ତି। ଜନସାଧାରଣଙ୍କ ବିଶ୍ୱାସଭାଜନ ହେବା ପାଇଁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲା ସ୍ତରରେ ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀମାନେ ମିଳିତ ଭାବେ ଗୋଟିଏ ଟିମ୍ ଭାବେ କାମ କରିବା ଆବଶ୍ୟକ । ପୋଲିସ ସହିତ ଜିଲ୍ଲାର ଅନ୍ୟ ପ୍ରଶାସନିକ ଅଧିକାରୀମାନଙ୍କ ମଧ୍ୟରେ ସମନ୍ୱୟ ରହିଲେ ଅପରାଧ ନିୟନ୍ତ୍ରଣରେ ଅଧିକ ସଫଳତା ଆସିପାରିବ । ଯେ କୌଣସି ଅପରାଧିକ କାର୍ଯ୍ୟକଳାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ପୋଲିସ ପ୍ରଶାସନ ପାଇଁ ଖୁବ୍ ସହାୟକ ହୋଇପାରିବେ । ବିଭିନ୍ନ ଯୋଜନା ଓ ପ୍ରକଳ୍ପର ସଫଳତା ପାଇଁ ଯେପରି ଟିମ୍‌ ସ୍ପିରିଟ୍‌ରେ କାମ କରାଯାଉଛି, ସେହିଭଳି ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ମଧ୍ୟ ଟିମ୍‌ ସ୍ପିରିଟ୍ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ସମ୍ପୂର୍ଣ୍ଣ ଭାବେ ଆଗୁଆ ପଦକ୍ଷେପ ବା Pro Active Action ନେବା ଅତ୍ୟନ୍ତ ଜରୁରୀ । ବିଭିନ୍ନ ଅଞ୍ଚଳର ଅପରାଧ ସମ୍ପର୍କରେ ତଥ୍ୟ ସଂଗ୍ରହ କରି କ୍ରାଇମ୍‌ ମ୍ୟାପିଙ୍ଗ୍ କରିବା ଜରୁରୀ । ଏହା ସହିତ ଗୁଇନ୍ଦା ତଥ୍ୟ ସଂଗ୍ରହ ଉପରେ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ । ସାଧାରଣ ଲୋକଙ୍କ ସହିତ ବନ୍ଧୁ ଭଳି ସୁ-ସମ୍ପର୍କ ରକ୍ଷା କରିପାରିଲେ ପୋଲିସକୁ ସୂଚନା ମିଳିବାରେ ସହାୟତା ମିଳିପାରିବ । ଏହାଦ୍ୱାରା ପୋଲିସକୁ ମଧ୍ୟ ଅନେକ ସ୍ଥଳରେ ଆଗୁଆ ପଦକ୍ଷେପ ନେବା ପାଇଁ ସୁବିଧା ହେବ । ପୋଲିସ ପାଟ୍ରୋଲିଙ୍ଗ୍ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିର୍ମୂଳ କରିବା ପାଇଁ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଯେପରି ନକ୍ସଲ ଅପରାଧକୁ ଦମନ କରାଯାଇଛି, ସେହିପରି ବାଲି ମାଫିଆ ମାନଙ୍କୁ ମଧ୍ୟ ସମ୍ପୂର୍ଣ୍ଣ ଭାବରେ ଦମନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେମାନେ ଜିଲ୍ଲାସ୍ତରରେ ନିୟମିତ ଭାବେ ଜିଲ୍ଲାର ଆଇନ କାନୁନ ପରିସ୍ଥିତି ସମୀକ୍ଷା କରି ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପଠାନ୍ତୁ । ବିଭିନ୍ନ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିୟମିତ ଭାବେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ପୋଲିସ ପ୍ରଶାସନ ଅନେକ କ୍ଷେତ୍ରରେ ସଫଳତା ମଧ୍ୟ ଅର୍ଜନ କରିଛି । ପୋଲିସର ଉନ୍ନତ ତଦନ୍ତ ବ୍ୟବସ୍ଥା ଯୋଗୁ ଭାରତୀୟ ନ୍ୟାୟ ସଂହିତା ଅଧୀନରେ ଦୋଷୀ ସାବ୍ୟସ୍ତ ହାର ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି । ନକ୍ସଲ ଅପରାଧରେ ପୋଲିସର ସଫଳତା ପ୍ରଂଶସନୀୟ । ତେବେ ଆଧୁନିକ ଯୁଗର ପରିସ୍ଥିତିକୁ ଦେଖି ପୋଲିସ ଇନୋଭେଟିଭ୍ ଢଙ୍ଗରେ ଅପରାଧ ନିୟନ୍ତ୍ରଣ କରିବା ଆବଶ୍ୟକ ।

ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ପୋଲିସ ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ଏବଂ ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ