ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବେ ‘ଟୁରିଷ୍ଟ ପୁଲିସ୍‌’

ଭୁବନେଶ୍ୱର, ୩ ।୧୦ : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆତ୍କୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଭୁବନେଶ୍ୱରଠାରେ ‘ଓଡିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବା ସହ ଦେଶବିଦେଶରୁ ଆସିଥିବା ନିବେଶକ, ହସ୍ପିଟାଲିଟି ବ୍ରାଣ୍ଡ ଏବଂ ଟୁରିଜିମ୍‌ ପାର୍ଟନରମାନେ ଓଡିଶାର ଅସୀମ ସମ୍ଭାବନାକୁ ଉପଯୋଗ କରି ପୁଞ୍ଜିନିବେଶ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ପର୍ଯ୍ୟଟକଙ୍କ ପାଇଁ ଏକ ଆଦର୍ଶ ଓ ସ୍ୱର୍ଗ ଭାବେ ଗଢ଼ିତୋଳିବାକୁ ସମସ୍ତଙ୍କୁ ଆହ୍ୱାନ ଜଣାଇଛନ୍ତି । ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରର ଦ୍ରୁତ ବିକାଶ ପାଇଁ ସରକାର ‘ଅତ୍ୟାଧୁନିକ ନୀତି ଅନୁଯାୟୀ ଷ୍ଟାର୍‌ ହୋଟେଲଗୁଡ଼ିକ ପାଇଁ କୋଠରୀ ସଂଖ୍ୟା ସର୍ବନିମ୍ନ ୫୦ରୁ ହ୍ରାସ କରାଯାଇ ୧୦ କରାଯାଇଥିବାବେଳେ ପୁଞ୍ଜି ସବ୍‌ସିଡି ସୀମାକୁ ୨୦ କୋଟିରୁ ବୃଦ୍ଧି କରାଯାଇ ସର୍ବାଧିକ ୧୨୦ କୋଟି ଟଙ୍କା ପର୍ଯ୍ୟନ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ଗୁଣାତ୍ମକ ମୌଳିକ ଭିତ୍ତିଭୂମି ନିର୍ମାଣ ନିମନ୍ତେ ୨୦୨୬ରୁ ୨୦୩୧ ମଧ୍ୟରେ ୧୫ ଶହ କୋଟି ଟଙ୍କାର ବଜେଟ୍‌ ଏବଂ ୫୫ ଶହ ଏକର ପରିମିତ ବିଶାଳ ‘ଲ୍ୟାଣ୍ଡ ବ୍ୟାଙ୍କ’କୁ ମଞ୍ଜୁରୀ ଦିଆଯାଇଛି । ଯାହାଦ୍ୱାରା ରାଜ୍ୟରେ ନୂତନ ହୋଟେଲ ଓ ରିସର୍ଟ ନିର୍ମାଣ ପାଇଁ ପଥ ସୁଗମ ହୋଇଛି । ଅତିଥିମାନଙ୍କ ସୁରକ୍ଷା ଓ ଅତିଥି ସତ୍କାରକୁ ସର୍ବାଧିକ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ କିଛି ଗୁରୁତ୍ୱପୂର୍ଣ୍ଣ ଓ ଯୁଗାନ୍ତକାରୀ ଘୋଷଣା କରିଛନ୍ତି । ରାଜ୍ୟର ୨୯ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀରେ ‘ଟୁରିଷ୍ଟ ପୋଲିସ’ ବ୍ୟବସ୍ଥା ଆରମ୍ଭ କରାଯାଉଥିବାବେଳେ ସମୁଦ୍ରକୂଳ ଓ ଜଳକ୍ରୀଡ଼ା ସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ‘ଓସ୍ୱାଲି ମାଧ୍ୟମରେ ଏକ ହଜାର ପ୍ରଶିକ୍ଷିତ ଜୀବନରକ୍ଷକ ବା ଲାଇଫ୍‌ ଗାର୍ଡ ନିଯୁକ୍ତ କରାଯିବ । ଅଧିକ ଭିଡ଼ ପରିଲକ୍ଷିତ ହେଉଥିବା ସ୍ଥଳୀଗୁଡ଼ିକରେ ‘ଡେଷ୍ଟିନେସନ୍‌ ମ୍ୟାନେଜର୍‌’ ମଧ୍ୟ ନିଯୁକ୍ତ ହେବେ ବୋଲି ସେ ସ୍ପଷ୍ଟ କରିଛନ୍ତି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ