ମୁଖ୍ୟମନ୍ତ୍ରୀ ଅପରିପକ୍ୱତାର ପରିଚୟ ଦେଇଛନ୍ତି :ବିଜେଡି

ଭୁବନେଶ୍ୱର: ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବକ୍ତବ୍ୟକୁ ନେଇ ଅନେକ ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଲେଲିନ ମହାନ୍ତି । ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଯେଉଁ ଟିପ୍ପଣୀ ଦେଲେ ସେଥିରେ ଅପରିପକ୍ୱତାର ପରିଚୟ ଦେଇଛନ୍ତି ବୋଲି କହିଛନ୍ତି ଲେଲିନ । ବିଜେଡି ମୁଖପାତ୍ର ଲେଲିନ ମହାନ୍ତି କହିଛନ୍ତି, “ଗତ ସରକାରରେ ୭୦ ଲକ୍ଷ ମହିଳା ସ୍ୱାବଲମ୍ବୀ ହୋଇଛନ୍ତି । ମହିଳାଙ୍କ ସ୍ୱାବଲମ୍ବୀ ହେବାକୁ ସହି ପାରୁନାହାନ୍ତି ମୁଖ୍ୟମନ୍ତ୍ରୀ । ବିଜେପି ଶାସିତ ଅଲଗା ରାଜ୍ୟରେ ମହିଳାମାନଙ୍କ ପାଇଁ ହୋଇଥିବା ଯୋଜନାରେ ପ୍ରତି ମହିଳା ପିଛା ବାର୍ଷିକ ଅନୁଦାନ ଅଧିକ ଥିବା ବେଳେ ଓଡିଶାରେ ସୁଭଦ୍ରା ଯୋଜନାରେ ବର୍ଷକୁ ୧୦ ହଜାର କାହିଁକି ।”
ଲେଲିନ ମହାନ୍ତି ଆହୁରି କହିଛନ୍ତି, “ସିଙ୍ଗାପୁର ଗଲା ବେଳେ ମୁଖ୍ୟମନ୍ତ୍ରୀ କହିଥିଲେ ବହୁତ ପଇସା ଆସିବ । ଯିଏ ଓଡିଶାରୁ ଲୁଚିକି ଯାଇଛି, ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟିଛନ୍ତି । ଚିକିଟି ମଦ ମୃତ୍ୟୁ ପରେ ମୁଖ୍ୟମନ୍ତ୍ରୀ ୨୪ ସେପ୍ଟେମ୍ବରରେ ଗୋଟିଏ ନୋଟିସ କାଢିଲେ । ହେଲେ ଆଜି ଏବେ ୨୪ ନଭେମ୍ବର ହେଲାଣି କୌଣସି ରିପୋର୍ଟ ଆସିଲା ନାହିଁ । ଏହା ଦର୍ଶାଉଛି ମୁଖ୍ୟମନ୍ତ୍ରୀଙ୍କ କଥାକୁ ଗୁରୁତ୍ୱ ଦିଆଯାଉନାହିଁ । ଏ ସରକାର ସମୟରେ ଆଦିବାସୀ, ମହିଳା, ଯୁବକ ସମସ୍ତେ ଅସୁରକ୍ଷିତ । ଆଶା କରିବୁ ଆଗାମୀ ଦିନରେ ଯେତେବେଳେ ମୁଖ୍ୟମନ୍ତ୍ରୀ ମନ୍ତବ୍ୟ ଦେବେ, ସେତେବେଳେ ଚେଷ୍ଟା କରିବେ ଯେ, ପୂର୍ବ ସରକାରଙ୍କୁ ଦୋଷ ନ ଦେଇ ଏବେକାର ସରକାର କ’ଣ କରିବେ ।”

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ