ମୁଖ୍ୟମନ୍ତ୍ରୀ ବାଣ୍ଟିବେ ୮୦୦ଟଙ୍କା

ଆସନ୍ତା ଡ଼ିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲାର ସୋହେଲାଠାରେ ରାଜ୍ୟସ୍ତରୀୟ ବିଶାଳ ଚାଷୀ ସମାବେଶ ଅନୁଷ୍ଠିତ ହେବ। ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ଆଧାରରେ ସେହିଦିନଠାରୁ ଚାଷୀଙ୍କୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଉପରେ କ୍ଵିଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଡିବିଟି ମାଧ୍ୟମରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ରୁ ବରଗଡ଼ ଜିଲ୍ଲା ଓ ୨୨ରେ ସମ୍ବଲପୁର ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହେଉଥିଲେ ମଧ୍ୟ ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନ ବିକ୍ରି କରୁଥିବା ଚାଷୀ ଏହି ଅତିରିକ୍ତ ୮୦୦ଟଙ୍କା କିଭଳି ପାଇବେ ତାହା ଜଣାପଡ଼ି ପାରିନାହିଁ।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ଉପରେ ଗୁରୁତ୍ବ ଦେଇଛନ୍ତି।

ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ। ନଭେମ୍ବର ୨୦ ତାରିଖରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।

 

ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

 

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧାନ ସଂଗ୍ରହ ପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।

 

ଏହି ବୈଠକରେ ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣଚନ୍ଦ୍ର ପାତ୍ର, ପ୍ରଦୀପ ବଳ ସାମନ୍ତଙ୍କ ସମେତ ମୁଖ୍ୟ ସଚିବ ମନୋଜ ଆହୁଜା, ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Related Posts

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର:କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌…

Continue reading
ଏଣିକି ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

ଭୁବନେଶ୍ୱର: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ