ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ଅବଧି ଅକ୍ଟୋବର ୨୪କୁ ବୃଦ୍ଧି

ଭୁବନେଶ୍ବର,୧୪/୧୦: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନର ତାରିଖ ବୃଦ୍ଧି ହେଲା । ଅକ୍ଟୋବର ୨୪ ଯାଏଁ ଅର୍ଥାତ୍ ଆହୁରି ୧୪ ଦିନ ବଢ଼ିଲା ଆବେଦନ ଅବଧି । ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି । ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଲାଗି ଆବେଦନର ଶେଷ ତାରିଖ ଅକ୍ଟୋବର ୧୦ ରହିଥିଲା । ଏହାକୁ ବଢାଇ ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି । ଇ-ମେଧାବୃତ୍ତି ଓ ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ପାଇଁ ଆବେଦନ ଫର୍ମଗୁଡିକୁ ୩୧ ତାରିଖ ମଧ୍ୟରେ ଯାଞ୍ଚ କରାଯିବ । ସେହିପରି, ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାର ଫର୍ମଗୁଡିକ ଯାଞ୍ଚ ପାଇଁ ନଭେମ୍ବର ୧୦ ଶେଷ ତାରିଖ ରଖାଯାଇଛି ।
ବୃତ୍ତି ପାଇଁ ଆବେଦନ କରିବାକୁ ହେଲେ www.scholarship. odisha.gov.in ରେ ଯାଇକି ଆବେଦନ କରିବାକୁ କୁହାଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଇ-ମେଧାବୃତ୍ତି ମାଧ୍ୟମରେ ସ୍ନାତକ ଛାତ୍ରୀଛାତ୍ରଙ୍କୁ ୧୦ହଜାର, ସ୍ନାତକୋତ୍ତରଙ୍କୁ ୧୫ ହଜାର ଏବଂ ବୈଷୟିକ ଓ ବୃତ୍ତିଗତ ଛାତ୍ରୀଛାତ୍ରଙ୍କୁ ୨୦ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ । ଗୋପବନ୍ଧୁ ଯୋଜନାରେ ଯେଉଁ ପିଲାଙ୍କର ପାରିବାରିକ ଆୟ ୨ଲକ୍ଷ ୫୦ ହଜାର ଟଙ୍କାରୁ କମ୍‌ ରହିଛି, ସେମାନଙ୍କୁ ପ୍ରତି ବର୍ଷ ୨୦ହଜାର ଟଙ୍କା ବୃତ୍ତି ପ୍ରଦାନ କରାଯାଉଛି । ସେହିପରି ଓଡ଼ିଆ ସ୍ନାତକୋତ୍ତର ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୩୦ହଜାର ଟଙ୍କା ଏବଂ ଓଡ଼ିଆ ସମ୍ମାନ(ମେଜର)ସ୍ନାତକ ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୨୦ ହଜାର ଟଙ୍କା ଆର୍ଥିକ ଅନୁଦାନ ଯୋଗାଇ ଦିଆଯିବ ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ