ମୁଖ୍ୟମନ୍ତ୍ରୀ ଯେତେ ପ୍ରଭାବଶାଳୀ ବ୍ୟକ୍ତି ହେଲେବି ବର୍ତ୍ତିବେନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି । ରାଜ୍ୟରେ ସଂଗଠିତ ଅପରାଧକୁ ଦମନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ବ୍ୟକ୍ତି ଯେତେ ବି ପ୍ରଭାବଶାଳୀ କିମ୍ବା ଶକ୍ତିଶାଳୀ ହୁଅନ୍ତୁ, ଗିରଫ କରାଯିବ, କଠୋର ଦଣ୍ଡ ଦିଆଯିବ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆଜିର ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ, ଆମର ପୁଲିସ ଏବଂ ସୈନ୍ୟ ବାହିନୀ, ଯେଉଁମାନଙ୍କ ହାତରେ ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଗୁରୁ ଦାୟିତ୍ଵ ଅର୍ପିତ ଅଛି । ଦଳମତ ନିର୍ବିଶେଷରେ ସେମାନଙ୍କୁ ସମ୍ମାନ ଜଣାଇବା ଏବଂ ତାଙ୍କୁ ନେଇ ଗର୍ବ କରିବା ଆମ ସମସ୍ତଙ୍କର ଦାୟିତ୍ଵ । ତେଣୁ, ଆମ ସରକାର ରାଜ୍ୟରେ ଡ୍ୟୁଟି ସମୟରେ ପ୍ରାଣବଳି ଦେଇଥିବା ପୁଲିସ କର୍ମଚାରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ପୁଲିସ ମେମୋରିଆଲ ନିର୍ମାଣ କରିବେ, ଯାହା ତାଙ୍କ ତ୍ୟାଗ ଓ ବଳିଦାନ ପାଇଁ ହେବ ଶ୍ରେଷ୍ଠ ନିଦର୍ଶନ ।ସେ ଆହୁରି କହିଛନ୍ତି ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ପ୍ରତିରକ୍ଷା ବାହିନୀର ବୀର ସୈନିକ ଓ ସୁରକ୍ଷା ବାହିନୀର ଅମର ଯବାନ ମାନଙ୍କ ପ୍ରତି ମଧ୍ୟ, ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆଜିର ଦିନ ସ୍ଵାଧୀନତା ସଂଗ୍ରାମ ପାଳନ କରିବା ପାଇଁ କେବଳ ଏକ ପ୍ରତୀକାତ୍ମକ ଉତ୍ସବ ନୁହେଁ। ଆଜିର ଦିନ ଆମକୁ କଷ୍ଟଲବ୍ଧ ସ୍ଵାଧୀନତା ବିଷୟରେ ସଚେତନ କରିବା ସହିତ, ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ପ୍ରତି ମୂହୁର୍ତ୍ତରେ ଚେତାଇ ଦେଇଥାଏ।ଆତଙ୍କବାଦ ବିରୋଧରେ ଦେଶର ନୀତି ଆହୁରି ଦୃଢ ଓ କଠୋର ହୋଇଛି । ଦେଶରେ, ବିଶେଷକରି ଜାମ୍ମୁ ଓ କାଶ୍ମୀରରେ ଶାନ୍ତି ଫେରି ଆସୁଥିବା ବେଳେ, ପଡୋଶୀ ଦେଶ ଆତଙ୍କବାଦକୁ ଅସ୍ତ୍ର ଭାବେ ବ୍ୟବହାର କରି, ଭାରତରେ ଅଶାନ୍ତି ଏବଂ ସାମ୍ପ୍ରଦାୟିକ ହିଂସା ସୃଷ୍ଟି କରିବାକୁ ପ୍ରୟାସ କରିଆସୁଛି। ଏହାର ସବୁଠାରୁ ବଡ ପ୍ରମାଣ ହେଲା, ଗତ ଏପ୍ରିଲ ୨୨ ତାରିଖର ପହଲଗାମ ହତ୍ୟାକାଣ୍ଡ। ଯେପରି ଭାବେ ନିରୀହ ଲୋକଙ୍କୁ ଧର୍ମ ପଚାରି ବର୍ବୋରୋଚିତ ଭାବେ ହତ୍ୟା କରାଗଲା, ତାହା କେବଳ ଏକ ସାଧାରଣ ଆତଙ୍କୀ ଆକ୍ରମଣ ନ ଥିଲା, ଏହା ଭାରତର ଜାତୀୟତା, ସାର୍ବଭୌମ୍ୟତା ଏବଂ ଅଖଣ୍ଡତା ଉପରେ ଥିଲା ଆକ୍ରମଣ। ବୋଧହୁଏ ପଡୋଶୀ ଦେଶ, ଉରି ସର୍ଜିକାଲ ଷ୍ଟ୍ରାଇକ ଓ ବାଲାକୋଟ ବାୟୁ ସେନାର ଆକ୍ରମଣରୁ କିଛି ଶିକ୍ଷାଲାଭ କରି ନ ଥିଲା। ତେଣୁ, ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ମାନନୀୟ ନରେନ୍ଦ୍ର ମୋଦୀ ଜୀଙ୍କ ନେତୃତ୍ଵରେ ଭାରତୀୟ ସେନା ‘ଅପରେସନ ସିନ୍ଦୁର’ କରିଥିଲା। ଭାରତର ସେନା ବାହିନୀ ଶତ୍ରୁ ଦେଶର ୯ଟି ଆତଙ୍କବାଦୀଙ୍କ ଆଡ୍ଡା, ତଥା ୧୧ଟି ପାକିସ୍ତାନୀ ସାମରିକ ଘାଟିକୁ ନଷ୍ଟଭ୍ରଷ୍ଟ କରିଦେଇଥିଲେ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ