ମୁଣ୍ଡଳୀଠାରେଜଳ ପ୍ରବାହ ସ୍ଥିର, ଆଗକୁ ପାଣି ପରିମାଣ କମିବ

କଟକ,: ମହାନଦୀ ଅବବାହିକାରେ ବନ୍ୟା ପରିସ୍ଥିତିକୁ ନେଇ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ମୁଣ୍ଡଳୀଠାରେ ବର୍ତ୍ତମାନ ଜଳ ପ୍ରବାହ ସ୍ଥିର ରହିଥିବାବେଳେ ଆଗକୁ ପାଣି ପରିମାଣ କମିବ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଆଗକୁ ସେଭଳି କୌଣସି ବଡ଼ ବିପଦ ନାହିଁ । ଆକଳନ କରାଯାଇଥିଲା ଯେ ମହାନଦୀରେ ୯ ଲକ୍ଷ କ୍ୟୁସେକ ପାଣି ଆସିବ, କିନ୍ତୁ ଆଜି ସକାଳ ୭:୦୦ ଟା ପରଠାରୁ ମୁଣ୍ଡଳୀ ଦେଇ ୮ ଲକ୍ଷ ୬୫ ହଜାର କ୍ୟୁସେକ ପାଣି ପ୍ରବାହିତ ହେଉଛି ।
ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ଆଜି ମୁଣ୍ଡଳୀ ଠାରେ ଉପସ୍ଥିତ ରହି ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ତାଙ୍କ ସହିତ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ମହାନଦୀ ଅବବାହିକାରେ ସେଭଳି କୌଣସି ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ । ପରିସ୍ଥିତି ନିୟନ୍ତ୍ରଣାଧୀନ ଥିଲେ ମଧ୍ୟ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସମସ୍ତ ବିଭାଗୀୟ କର୍ମଚାରୀଙ୍କୁ ସଜାଗ ଓ ପ୍ରସ୍ତୁତ ରହିବାକୁ ଜଳ ସମ୍ପଦ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ