ମୁଣ୍ଡିଆ ମାରି କୃତଜ୍ଞତା ଜଣାଇଲେ ମୋଦୀ

କଲକାତା: ଶୁଭେନ୍ଦୁ ଅଧିକାରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଏକ ଅପ୍ରତ୍ୟାଶିତ ଦୃଶ୍ୟ ଦେଖିବାକୁ ମିଳିଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଞ୍ଚରେ ଉପସ୍ଥିତ ଥିବାବେଳେ ତାଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କ ସମେତ ଶପଥ ନେଇଥିବା ଅନ୍ୟ ପାଞ୍ଚଜଣ ମନ୍ତ୍ରୀ ଛିଡା ହୋଇଥିଲେ। ଏହି ସମୟରେ ମୋଦୀ ସେଠାରେ ଉପସ୍ଥିତ ଲୋକଙ୍କ ଉଦ୍ଦେଶ୍ୟରେ ହାତ ଯୋଡିବା ସହ ହଠାତ୍‌ ଆଣ୍ଠେଇ ପଡି ମୁଣ୍ଡିଆ ମାରିଥିଲେ। ପଶ୍ଚିମବଙ୍ଗରେ ବିଜେପିକୁ ପ୍ରଥମ ଥର କ୍ଷମତାକୁ ଆଣିଥିବାରୁ ମୋଦୀ ଏଭଳି ଶୈଳୀରେ ନିଜର କୃତଜ୍ଞତା ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ମୋଦୀ ଏକାଧିକ ଥର ଏଠାକୁ ଗସ୍ତ କରି ବିଭିନ୍ନ ସଭା ସମିତି, ୠାଲିକୁ ସମ୍ବୋଧିତ କରିଥିଲେ। ଶୁଭେନ୍ଦୁଙ୍କ ନେତୃତ୍ବରେ ବିଜେପି ସରକାର ଗଠିତ ହୋଇଥିବାବେଳେ ତାଙ୍କର ପରିଶ୍ରମ ସାର୍ଥକ ହୋଇଛି ବୋଲି ମୋଦୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

  • Related Posts

    ୨୫ ବିଧାୟକଙ୍କୁ ଦଳରୁ ବହିଷ୍କାର କଲା ଏଆଇଏଡିଏମକେ

    ଚେନ୍ନଇ:ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର ମୁଖିଆ ଇଡାପାଡି କେ ପଲାନିସ୍ୱାମୀ ବିଦ୍ରୋହୀ ନେତାଙ୍କ ବିରୋଧରେ ଗ୍ରହଣ କରିଛନ୍ତି କାର୍ୟ୍ୟାନୁଷ୍ଠାନ।…

    Continue reading
    ଯଦି ଯୁଦ୍ଧ ଚାଲିବ ତେଲ ଦର ନିଶ୍ଚିତ ବଢ଼ିବ ଆର୍.ବି.ଆଇ:ଗଭର୍ଣ୍ଣର

    ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ସାରା ବିଶ୍ବରେ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହୋଇଛି। କିନ୍ତୁ ଭାରତରେ ଆଜି ପର୍ଯ୍ୟନ୍ତ ତାହା ସ୍ଥିର ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ବିଶ୍ବର ଗୁରୁତ୍ବପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ସ୍ବାଭାବିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ