ମୃତ କନଷ୍ଟେବଳଙ୍କ ପରିବାରବର୍ଗଙ୍କୁ ୧ କୋଟି ଟଙ୍କାର ଦୁର୍ଘଟଣା ଜନିତ ମୃତ୍ୟୁ ବୀମା ରାଶି ପ୍ରଦାନ

ଦୁର୍ଘଟଣାରେ ଶିକାର ହୋଇ ମୃତ୍ୟବରଣ କରିଥିବା କନଷ୍ଟେବଳ ଲବଣି ଗାଣ୍ଟାଙ୍କ ପରିବାରବର୍ଗଙ୍କୁ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଭେଟି ସମବେଦନା ଜଣାଇବା ସହ ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ଦିଆ ଯାଇଥିବା ୧ କୋଟି ଟଙ୍କାର ଦୁର୍ଘଟଣା ଜନିତ ମୃତ୍ୟୁ ବୀମା ରାଶିର ଚେକ ପ୍ରଦାନ କରିଛନ୍ତି। ଏହି ଅବସରରେ ସ୍ୱଳ୍ପ ସମୟ ମଧ୍ୟରେ ବୀମା ରାଶି ପ୍ରଦାନ କରିବାରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସମସ୍ତ ଅଧିକାରୀଙ୍କୁ ଡିଜିପି ସାଧୁବାଦ ଜଣାଇଥିଲେ।
ସୂଚନାଯୋଗ୍ୟ ଯେ, ମୃତ ଲବଣି ରାୟଗଡା ଜିଲ୍ଲା ରିଜର୍ଭ କାର୍ୟ୍ୟାଳୟ ଠାରେ କନଷ୍ଟେବଳ ଭାବେ ଚାକିରୀ କରୁଥିଲେ। ଗତ ଜୁଲାଇ ୫ ତାରିଖରେ ଥେରୁବାଲି ନିକଟରେ ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ବରଣ କରିଥିଲେ। ଆଜି ତାଙ୍କ ପିତା ବୃନ୍ଦାବନ ଗାଣ୍ଟା ଡିଜିପିଙ୍କ ଠାରୁ ଚେକ ଗ୍ରହଣ କରିଥିଲେ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ( ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଏସବିଆଇ, ( ଚିଫ ଜେନେରାଲ ମ୍ୟାନେଜର), ଶ୍ରୀ ଏ. ଡି. ରତ୍ନାତେଜା, ଏସବିଆଇ,( ଜେନେରାଲ ମ୍ୟାନେଜର) ଶ୍ରୀ କୌଶଲ କିଶୋର ସିଂ, ଏସବିଆଇ,( ଡେପୁଟି ଜେନେରାଲ ମ୍ୟାନେଜର) ଶ୍ରୀ ଆଶିଷ କୁମାର ମିଶ୍ର, ଏସବିଆଇ,( ରିଜିଅନାଲ ମ୍ୟାନେଜର), ଶ୍ରୀ ଉତ୍ତର କୁମାର ପଟେଲ, ଏସବିଆଇ,( ଏଜିଏମ) ଶ୍ରୀ ନଗେନ୍ଦ୍ର ସାହୁ, ଏସବିଆଇ, (ଏଜିଏମ) ଶ୍ରୀ ମନୋଜ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ଉଲ୍ଲେଖ ଯୋଗ୍ୟ ଯେ, ପୂର୍ବରୁ ଓଡିଶା ପୋଲିସ ଏବଂ ଭାରତୀୟ ଷ୍ଟେଟ ବ୍ୟାଙ୍କ ମଧ୍ୟରେ ଏକ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଥିଲା । ଚୁକ୍ତିପତ୍ର ଅନୁଯାୟୀ, ଝଈଓ ପକ୍ଷରୁ ଦୁର୍ଘଟଣାର ଜନିତ ମୃତ୍ୟୁ ହୋଇଥିବାରୁ ୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ