ମେଡ଼ିକାଲରେ ନିଆଁ ଲାଗି ୧୧ଜଣ ଶିଶୁଙ୍କ ମୃତ୍ୟୁ

ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ ହୋଇନଥିବାରୁ ଏପର୍ଯ୍ୟନ୍ତ କୌଣସି ମାମଲା ରୁଜୁ ହୋଇ ନାହିଁ ବୋଲି ଯାଞ୍ଚ କମିଟି ସୂତ୍ରରୁ ପ୍ରକାଶ ପାଇଛି।
ରିପୋର୍ଟ ଅନୁସାରେ, ସୁଇଚ୍ ବୋର୍ଡରେ ସର୍ଟ ସର୍କିଟ କାରଣରୁ ହସ୍ପିଟାଲରେ ନିଆଁ ଲାଗିଥିଲା। ହସ୍ପିଟାଲର ଏହି ୱାର୍ଡରେ ଜଳ ସିଞ୍ଚନ ଯନ୍ତ୍ର ଲଗାଯାଇ ନଥିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ନିଆଁ ଲାଗିଥିବା ୱାର୍ଡରେ ଛୋଟ ପିଲାଙ୍କର ଚିକିତ୍ସା ଚାଲୁଥିବାରୁ ସେଠାରେ ପାଣି ସିଞ୍ଚନ ଯନ୍ତ୍ର ରଖାଯାଇନଥିଲା ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି।
ଝାନ୍ସୀ କମିଶନର ବିପୁଳ ଦୁବେ ଏବଂ ଡିଜି କଳାନିଧି ନାଥାନିଙ୍କ କମିଟି ୨୪ ଘଣ୍ଟା ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିପାରନ୍ତି।

ପ୍ରାଶ ଥାଉକି, ଶୁକ୍ରବାର ରାତି ପ୍ରାୟ ୧୧ଟା ସମୟରେ ଉତ୍ତରପ୍ରଦେଶର ମହାରାଣୀ ଲକ୍ଷ୍ମୀବାଇ ମେଡିକାଲ କଲେଜର ନବଜାତ କେୟାର୍ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୦ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବାବେଳେ ୪୪ ଜଣଙ୍କୁ ଉଦ୍ଧାର କରାଯଇ ଥିଲା। ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ପରବର୍ତ୍ତୀ ସମୟରେ ଅନ୍ୟ ଜଣେ ଶିଶୁର ମୃତ୍ୟୁ ଘଟିଛି।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ