ମେଡିସିନ୍ ଦୋକାନ ଉପରକୁ ବୋମାମାଡ଼

ଦିଗପହଣ୍ଡି : ମେଡିସିନ୍ ଦୋକାନ ଉପରକୁ ବୋମାମାଡ଼। ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ବୋମାମାଡ଼ ହୋଇଛି। ରବିବାର ରାତି ପ୍ରାୟ ସାଢେ ୮ଟା ବେଳେ ଏହି ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମୁଖ୍ୟରାସ୍ତା କଡ଼ରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କ ଔଷଧ ଦୋକାନ ଉପରକୁ ବୋମାମାଡ଼ କରାଯାଇଛି।
ସୂଚନାନୁଯାୟୀ, ଗୋକର୍ଣ୍ଣପୁର ଗ୍ରାମର ମୁଖ୍ୟରାସ୍ତା କଡରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କ ଔଷଧ ଦୋକାନ ଉପରକୁ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୮ ଟାରେ ଏକ ବାଇକରେ ଦୁଇଜଣ କଳାମୁଖା ପିନ୍ଧିଥିବା ଦୁର୍ବୃତ୍ତ ଆସି ଦୋକାନ ଉପରକୁ ଲଗାତର ୩ଟି ବୋମା ଫିଙ୍ଗି ଚାଲିଯାଇଥିଲେ। ଦୁଇଟି ବୋମା ଫୁଟିଥିବା ବେଳେ ଗୋଟିଏ ବୋମା ଫୁଟି ନଥିଲା। ଦୋକାନୀ ପ୍ରହଲ୍ଲାଦ ଡାକୁଆ ଅଳ୍ପକେ ବର୍ତ୍ତି ଯାଇଥିଲେ। ବୋମାମାଡ଼ ଯୋଗୁଁ ଦୋକାନର କ୍ୟାସ୍ କାଉଣ୍ଟର କିଛି ପରିମାଣରେ ଜଳି ଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଫୁଟା ବୋମା ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ