ମେଡିସିନ୍ ଦୋକାନ ଉପରକୁ ବୋମାମାଡ଼

ଦିଗପହଣ୍ଡି : ମେଡିସିନ୍ ଦୋକାନ ଉପରକୁ ବୋମାମାଡ଼। ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ବୋମାମାଡ଼ ହୋଇଛି। ରବିବାର ରାତି ପ୍ରାୟ ସାଢେ ୮ଟା ବେଳେ ଏହି ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମୁଖ୍ୟରାସ୍ତା କଡ଼ରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କ ଔଷଧ ଦୋକାନ ଉପରକୁ ବୋମାମାଡ଼ କରାଯାଇଛି।
ସୂଚନାନୁଯାୟୀ, ଗୋକର୍ଣ୍ଣପୁର ଗ୍ରାମର ମୁଖ୍ୟରାସ୍ତା କଡରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କ ଔଷଧ ଦୋକାନ ଉପରକୁ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୮ ଟାରେ ଏକ ବାଇକରେ ଦୁଇଜଣ କଳାମୁଖା ପିନ୍ଧିଥିବା ଦୁର୍ବୃତ୍ତ ଆସି ଦୋକାନ ଉପରକୁ ଲଗାତର ୩ଟି ବୋମା ଫିଙ୍ଗି ଚାଲିଯାଇଥିଲେ। ଦୁଇଟି ବୋମା ଫୁଟିଥିବା ବେଳେ ଗୋଟିଏ ବୋମା ଫୁଟି ନଥିଲା। ଦୋକାନୀ ପ୍ରହଲ୍ଲାଦ ଡାକୁଆ ଅଳ୍ପକେ ବର୍ତ୍ତି ଯାଇଥିଲେ। ବୋମାମାଡ଼ ଯୋଗୁଁ ଦୋକାନର କ୍ୟାସ୍ କାଉଣ୍ଟର କିଛି ପରିମାଣରେ ଜଳି ଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଫୁଟା ବୋମା ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ