ମେ’ ପହିଲା ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ମେ’ ୧ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ଝଟାକା ପବନ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ବହିବ । ସାରା ରାଜ୍ୟରେ କୁଆପଥର ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୁଖ୍ୟତଃ ଅପରାହ୍ନ ପରେ ପରେ କୁଆପଥର ବର୍ଷା ଓ ବିଜୁଳି ଘଡ଼ଘଡ଼ିର ମାତ୍ରା ଅଧିକ ରହିବ । ଯାହାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୩-୫ ଡିଗ୍ରୀ ପର୍ୟ୍ୟନ୍ତ ହ୍ରାସ ପାଇବ ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କୁଆପଥର, ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ଘଣ୍ଟାପ୍ରତି ବେଗ ୫୦ରୁ ୬୦ କିମି ରହିବ । ଯାହାକୁ ନେଇ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି । ଏସବୁ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୪୦ରୁ ୫୦ କିମି ରହିବ ।ଆସନ୍ତାକାଲି ବର୍ଷା ଆହୁରି ବଢ଼ିବ । ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଜିଲ୍ଲା ଗୁଡ଼ିକ ହେଉଛି ମୟୂରଭଞ୍ଜ, କୋନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଗଜପତି । ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୫୦ରୁ ୬୦ କିମି ରହିବ । ସେପଟେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ଦେବଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୪୦ରୁ ୫୦ କିମି ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ