ମେ ୪ ପର୍ଯ୍ୟନ୍ତ ବଜ୍ରପାତ ସହ ଝଡବର୍ଷା!

ଭୁବନେଶ୍ୱର: ଉପକୂଳବର୍ତ୍ତୀ ଜିଲାଗୁଡିକରେ ପାଗ ମେଘୁଆ ରହୁଥିବାବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି। କିନ୍ତୁ ବଲାଙ୍ଗିର, ଟିଟିଲାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲାରେ ପାରଦ ୪୧ଡିଗ୍ରୀ ପାଖାପାଖି ରହିପାରେ। ହେଲେ ଉପକୂଳ, ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଜିଲାଗୁଡିକରେ କାଳବୈଶାଖୀ ପ୍ରଭାବରେ ବିଶେଷ ତାତି ଅନୁଭୂତ ହେବାର ସମ୍ଭାବନା ନାହିଁ। ମେ’ ୪ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି
୫୦ରୁ ୬୦କି.ମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମଙ୍ଗଳବାର ଝାରସୁଗୁଡାରେ ପାରଦ ୪୫.୩ ଡିଗ୍ରୀ ଛୁଇଁଛି। ରାଜ୍ୟର ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ରେକର୍ଡ ହୋଇଛି। ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ ଥିବାବେଳେ ହୀରାକୁଦରେ ୪୩.୪, ବୌଦ୍ଧରେ ୪୩.୭, ରାଉରକେଲାରେ ୪୦.୭, ନୂଆପଡ଼ାରେ ୪୨.୫, ବରଗଡ଼ରେ ୪୨.୯, ସୁବର୍ଣ୍ଣପୁରରେ ୪୧.୯, ଟିଟିଲାଗଡ଼ରେ ୪୨.୨, ବଲାଙ୍ଗିରରେ ୪୨, ଭବାନୀପାଟଣାରେ ୪୧.୮, ତାଳଚେରରେ ୪୨, ସୁନ୍ଦରଗଡ଼ରେ ୪୧.୫, ଭୁବନେଶ୍ବରରେ ୩୪.୫ ଏବଂ କଟକରେ ୩୪.୬ ଡିଗ୍ରୀ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ।
ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ୪ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ଝଡ଼ବର୍ଷା ଏବଂ ଘଣ୍ଟାପ୍ରତି ୫୦ରୁ ୬୦କି.ମି ବେଗରେ ପବନ ବହିପାରେ। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲାରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନର ବହିବା ସମ୍ଭାବନା ଥିବାବେଳେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ତୋଫାନ ହୋଇପାରେ।

ଅନୁଗୋଳ, କଳାହାଣ୍ଡି, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର ବାୟୁମଣ୍ଡଳ ଉଷ୍ଣ ଆର୍ଦ୍ରତା ପାଇଁ ଗରମ ସହିତ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଏହି ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

  • Related Posts

    ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ

    ଭୁବନେଶ୍ୱର: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ। STU, ଡଗ ସ୍କ୍ବାଡ, ବମ ସ୍କ୍ବାଡ…

    Continue reading
    ଟ୍ରକ-ବସ ଧକ୍କା:୪ ମୃତ

    ରାଉରକେଲା: ରାଉରକେଲାରୁ ଯାଜପୁର ମଙ୍ଗଳପୁର ଆସୁଥିବା ଘରୋଇ ବସ ପ୍ରମିଳା ଗତକାଲି ରାତ୍ରୀ ପ୍ରାୟ ୯. ୧୦ ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୧୪୩ ନମ୍ବର ଜାତୀୟ ରାଜପଥ ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୂଷାବୀରା ଠାରେ ବସ ଚାଳକ ଭାରସାମ୍ୟ ହରାଇ ଡିଭାଇଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା