ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ ଏବଂ ଅନେକ ଦେଶର ଦୂତାବାସ ମଧ୍ୟ ଏଠାରେ ଅବସ୍ଥିତ।

କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହା ହେଉଛି ୨୦ତମ ଆନ୍ତର୍ଜାତୀୟ ସମ୍ମାନ । ଏହି ଅର୍ଡର ବନ୍ଧୁତ୍ୱର ପ୍ରତୀକ ଭାବରେ ରାଷ୍ଟ୍ରାଧ୍ୟକ୍ଷ, ବିଦେଶୀ ସାର୍ବଭୌମ ତଥା ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ପ୍ରଦାନ କରାଯାଇଥାଏ। ଏହା ପୂର୍ବରୁ ବିଲ କ୍ଲିଣ୍ଟନ, ପ୍ରିନ୍ସ ଚାଲର୍‌ସ ଏବଂ ଜର୍ଜ ବୁଶଙ୍କ ପରି ବିଦେଶୀ ନେତାମାନଙ୍କୁ ଦିଆଯାଇଥିଲା।

ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ଅନେକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହେବାକୁ ଯାଉଛି। ଭାରତ ସରକାର ଗଲ୍ଫ ଦେଶ ସହ ସମ୍ପର୍କକୁ ମଜବୁତ କରିବା ଦିଗରେ କାର୍ଯ୍ୟ କରୁଛନ୍ତି। କୁଏତର ଅମିର ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଛନ୍ତି, ଯାହା ଭାରତ-କୁଏତ ସମ୍ପର୍କକୁ ବିଶେଷ ଉତ୍ସାହ, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ଶକ୍ତି କ୍ଷେତ୍ରରେ ଗୁରୁତ୍ୱ ଦେଇଛି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ