ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିରର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିସହ ମୋଦୀଙ୍କ ଜନସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପାଳନ କରାଯାଉଛି। ଏହି ଅବସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍‌ଘାଟନ କରିଛନ୍ତି।
ଆଜିଠାରୁ ଆରମ୍ଭ ହୋଇଥିବା ଏହି ‘ସେବା ସଂକଳ୍ପ ଅଭିଯାନ’ ଅକ୍ଟୋବର ୧୭ ପର୍ଯ୍ୟନ୍ତ ମାସବ୍ୟାପୀ ଚାଲିବ। ଏହି ଅଭିଯାନ ଅଧୀନରେ ୧୩ଟି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହା ମାଧ୍ୟମରେ ‘ବିକଶିତ ଭାରତ ୨୦୪୭’ର ସଂକଳ୍ପ ନିଆଯିବ ବୋଲି ରାଜ୍ୟ ସରକାର ପକ୍ଷରୁ କୁହାଯାଇଛି।

ଅଭିଯାନର ପ୍ରଥମ ଦିନରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଛି। ସେହିପରି ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଅଧୀନରେ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ଘରେ, ମନ୍ଦିର ଓ ମଠରେ ଦୀପ ପ୍ରଜ୍ୱଳନ କରାଯିବ। ଏଥିରେ ବିଭିନ୍ନ ଯୋଜନାର ଲାଭାର୍ଥୀମାନେ ମଧ୍ୟ ସାମିଲ ହେବେ।
ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ‘ମୋ ସ୍ୱପ୍ନର ଭାରତ’ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହା ଅଧୀନରେ ବିଭିନ୍ନ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଭବିଷ୍ୟତର ଭାରତ ଓ ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ନେଇ ଚିତ୍ରାଙ୍କନ ଓ ଭାଷଣ ପ୍ରତିଯୋଗିତା କରାଯିବ।‘ନମୋ ସେବା ଗାଥା’ ଅଧୀନରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ମୋଦୀଙ୍କ ୨୫ ବର୍ଷର ସାର୍ବଜନୀନ ଜୀବନ ଓ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ। ରାଜ୍ୟର ବିଭିନ୍ନ ଗାଁରେ ଏହି ନାଟକ ପ୍ରଦର୍ଶିତ ହେବ।‘ଅଙ୍ଗନବାଡ଼ି ଉତ୍ସବ’ ମାଧ୍ୟମରେ ଅଙ୍ଗନବାଡ଼ି କର୍ମୀ ଓ ଆଶାକର୍ମୀମାନଙ୍କୁ ସମ୍ମାନିତ କରାଯିବ। ଏଥିସହ ଶିଶୁ ଓ ସେମାନଙ୍କ ମା’ମାନଙ୍କୁ ପୋଷଣ, ସ୍ୱାସ୍ଥ୍ୟ ଓ ମହିଳା ସମ୍ବନ୍ଧୀୟ ବିଭିନ୍ନ ଯୋଜନା ବିଷୟରେ ସଚେତନ କରାଯିବ।‘ପରିବର୍ତ୍ତନର କାହାଣୀ’ କାର୍ଯ୍ୟକ୍ରମରେ ବିଭିନ୍ନ ଯୋଜନାରୁ ଲାଭ ପାଇଥିବା ଲୋକଙ୍କ ଅନୁଭୂତି ଓ ପରିବର୍ତ୍ତନର କାହାଣୀକୁ ମଞ୍ଚସ୍ଥ କରାଯିବ। ଏଥିସହ ଭିଡିଓ ବାର୍ତ୍ତା ମାଧ୍ୟମରେ ହିତାଧିକାରୀଙ୍କ ଅଭିଜ୍ଞତାକୁ ଦେଶ ଓ ବିଶ୍ୱବାସୀଙ୍କ ନିକଟରେ ପହଞ୍ଚାଇବାର ଯୋଜନା ରହିଛି। ଅକ୍ଟୋବର ୭ ତାରିଖରେ ‘ସେବା ଜ୍ୟୋତି କଳସ ଯାତ୍ରା–ବିକଶିତ ଭାରତର ସଂକଳ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ଗାଁ ଓ ଅଞ୍ଚଳକୁ ଯୋଡ଼ି ୨୫ ବର୍ଷର ଜନସେବା ପାଇଁ କୃତଜ୍ଞତା ଜ୍ଞାପନ ସହ ‘ବିକଶିତ ଭାରତ ୨୦୪୭’ର ସଂକଳ୍ପ ନିଆଯିବ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ