ମୋହର ମାରିବେ ଶାହ-ମୋହନ: ଆଜି ପଶ୍ଚିମବଙ୍ଗ ‘ ମୁଖ୍ୟମନ୍ତ୍ରୀ’ ଘୋଷଣା

ନୂଆଦିଲ୍ଲୀ: କିଏ ବନିବେ ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ? ଆଜି ଘୋଷଣା ହୋଇପାରେ ସିଏମଙ୍କ ନାଁ।ବିଜେପିର ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡ଼ାନ୍ତ ହେବ । କେନ୍ଦ୍ର ଗୃହ ମନ୍ତ୍ରୀ ତଥା କେନ୍ଦ୍ରୀୟ ପର୍ୟ୍ୟବେକ୍ଷକ ଅମିତ୍ ଶାହ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ସହ-ପର୍ୟ୍ୟବେକ୍ଷକ ମୋହନ ଚରଣ ମାଝୀ ସିଏମ୍ ଚେହେରାରେ ମୋହର ମାରିବେ।
ଆସନ୍ତାକାଲି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ଅବସରରେ ପଶ୍ଚିମବଙ୍ଗରେ ବିଜେପିର ପ୍ରଥମ ସରକାର ଶପଥ ଗ୍ରହଣ କରିବ। ଏଥିପାଇଁ କୋଲକାତାର ବ୍ରିଗେଡ୍ ପ୍ୟାରେଡ୍ ଗ୍ରାଉଣ୍ଡରେ ବ୍ୟାପକ ଆୟୋଜନ କରାଯାଉଛି। ଶପଥଗ୍ରହଣ ସମାରୋହରେ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବହୁ ବିଶିଷ୍ଟ ନେତା ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

ତେବେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅନେକ ନେତା ଥିବାବେଳେ ସବୁଠୁ ଆଗରେ ଶୁଭେନ୍ଦୁ ଅଧିକାରୀ। କାରଣ ଥରେ ନୁହେଁ ଦୁଇ ଦୁଇ ଥର ମମତା ବାନାର୍ଜୀଙ୍କୁ ହରାଇଛନ୍ତି ଶୁଭେନ୍ଦୁ । ପୂର୍ବତନ ରାଜ୍ୟ ସଭାପତି ତଥା ଟାଣୁଆ ସଂଗଠକ ଦିଲ୍ଲୀପ ଘୋଷ ଓ ରାଜ୍ୟ ସଭାପତି ସମିକ୍ ଭଟ୍ଟାଚାର୍ୟ୍ୟଙ୍କ ନାଁ ଆଗରେ ରହିଛି। ଅନ୍ୟପଟେ ରୁପା ଗାଙ୍ଗୁଲି ଓ ଅଗ୍ନିମିତ୍ର ପଲଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି।

  • Related Posts

    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading
    ଘର ଭୁଶୁଡ଼ି ଗୋଟିଏ ପରିବାରର ୬ ମୃତ

    ପ୍ରତାପଗଡ: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ମହୁଲି ବଜାର ଅଞ୍ଚଳରେ ଗୁରୁବାର ଭୋର ସମୟରେ ପ୍ରବଳ ବର୍ଷା ଯୋଗୁଁ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ କୋମଳମତି ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ