ମୋ ଆଣ୍ଠୁରେ ଆଘାତ ଲାଗିଛି:ଖଡ଼ଗେ

ନୂଆଦିଲ୍ଲୀ: ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂସଦ ଏଣ୍ଟ୍ରି ଗେଟରେ ଆଜି କିଛି ଏଭଳି ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି।ତେବେ ଏହାରି ଭିତରେ ରାଜ୍ୟସଭା ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପାଲଟା ଅଭିଯୋଗ ଆଣିଛନ୍ତି । ବିଜେପି ସାଂସଦଙ୍କ ବିରୋଧରେ ପାଲଟା ଅଭିଯୋଗ ଆଣି ସେ ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖିଛନ୍ତି ।
ସେ କହିଛନ୍ତି ଯେ ମକର ଦ୍ୱାର ନିକଟରେ ବିଜେପି ସାଂସଦମାନେ ଠେଲାପେଲା କରିଥିଲେ । ବିଜେପି ସାଂସଦ ଠେଲି ଦେବାରୁ ମୁଁ ତଳେ ପଡ଼ିଯାଇ ଆହତ ହୋଇଛି । ଅସ୍ତ୍ରୋପଚାର ହୋଇଥିବା ଆଣ୍ଠୁରେ ଗୁରୁତର ଆଘାତ ଲାଗିଛି ବୋଲି ଖଡ଼ଗେ ଉକ୍ତ ଚିଠିରେ ଉଲ୍ଲେଖ କରି ପୂରା ଘଟଣାର ତଦନ୍ତ କରାଯିବାକୁ ଦାବି କରିଛନ୍ତି ।

ପ୍ରକାଶ ଯେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ଆଜି ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ହୋଇଥିଲା ଠେଲାପେଲା। ଅଭିଯୋଗ ଅନୁସାରେ ରାହୁଲ ଗାନ୍ଧି କିଛି ସାଂସଦଙ୍କୁ ଠେଲିଥିଲେ । ସେହି ଧକ୍କା ଯୋଗୁଁ ଜଣେ ସାଂସଦ ପ୍ରତାପଙ୍କ ଉପରେ ପଡ଼ି ଯିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ଏନେଇ ସାଂସଦ ଷଡଙ୍ଗୀ କହିଛନ୍ତି, ମୁଁ ଶିଡ଼ିରେ ଛିଡ଼ା ହୋଇଥିଲି। ଉକ୍ତ ସମୟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ପ୍ରଥମେ ଜଣେ ସାଂସଦଙ୍କୁ ଠେଲିଦେଲେ। ଉକ୍ତ ସାଂସଦଜଣକ ମୋ’ ଉପରେ ପଡ଼ିଯିବାରୁ ମୁଁ ତଳେ ପଡ଼ି ଯାଇଥିଲି।
ଏହି ଘଟଣାରେ ନିଜ ପ୍ରତିକ୍ରିୟା ରଖିଛନ୍ତି ରାହୁଲ ଗାନ୍ଧି। ସେ କହିଛନ୍ତି, ସଂସଦ ଭିତରକୁ ଯିବା ବେଳେ ବିଜେପି ସାଂସଦ ରୋକିଥିଲେ । ସେ ମୋତେ ଧକ୍କା ମାରିବା ସହ ଧମକାଇଥିଲେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ମଧ୍ୟ ସେ ଧକ୍କା ମାରିଥିଲେ। ସେ ଆମକୁ ସଂସଦ ଭିତରେ ପ୍ରବେଶ କରିବାରୁ ରୋକୁଥିଲେ। ସଂସଦରେ ପ୍ରବେଶ କରିବା ନିମନ୍ତେ ଆମର ଅଧିକାର ଅଛି। କୌଣସି ବିଜେପି ସାଂସଦ ଆମକୁ ଏଥିରୁ ରୋକି ପାରିବେନି।ଠେଲାପେଲା କଲେ ଆମର କିଛି ହେବନି ବୋଲି କହିଛନ୍ତି ରାହୁଲ ।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ