ମୌସୁମି ପ୍ରତ୍ୟାବର୍ତ୍ତନ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦେଶର କିଛି ଅଞ୍ଚଳରୁ ଅପସାରଣ ହୋଇଥିବା ବେଳେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ବିଦର୍ଭ, ମହାରାଷ୍ଟ୍ର, ଛତିଶଗଡ଼, ତେଲଙ୍ଗାନା ଏବଂ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଅନ୍ୟପଟେ, ଆସନ୍ତା ୪ରୁ ୫ଦିନ ମଧ୍ୟରେ ଓଡ଼ିଶାର କିଛି ଜିଲାରୁ ମୌସୁମି ବାୟୁ ଫେରିଯିବାର ସମ୍ଭାବନା ରହିଛି। ବିଶେଷକରି, ପଶ୍ଚିମ ଓ ଉତ୍ତର ଓଡ଼ିଶାର କେତେକ ଜିଲାରୁ ମୌସୁମି ପ୍ରତ୍ୟାବର୍ତ୍ତନ ଲାଗି ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ସ୍ବାଭାବିକ ଭାବେ ଅକ୍ଟୋବର ୧୨ରୁ ୧୫ ମଧ୍ୟରେ ଓଡ଼ିଶାରୁ ମୌସୁମି ଫେରିଥାଏ। ଯଦି ଆସନ୍ତା ୪ରୁ ୫ଦିନ ମଧ୍ୟରେ ମୌସୁମି ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରେ, ତେବେ ଏଥର ମୌସୁମି ଶୀଘ୍ର ଫେରିଯିବ ବୋଲି କୁହାଯାଇପାରିବ। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳ ସହ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଏବଂ ବାଲେଶ୍ବର ଆଦି ଅଞ୍ଚଳରୁ ମୌସୁମି ଫେରିଯିବା ନିମନ୍ତେ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ