ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ସାରା ବିଶ୍ବରେ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହୋଇଛି। କିନ୍ତୁ ଭାରତରେ ଆଜି ପର୍ଯ୍ୟନ୍ତ ତାହା ସ୍ଥିର ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ବିଶ୍ବର ଗୁରୁତ୍ବପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ସ୍ବାଭାବିକ ହୋଇପାରୁନାହିଁ। ତାହାର ପ୍ରଭାବରେ କିଛି ମାସ ହେଲାଣି ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧୦୦ ଡଲାରରୁ ଅଧିକ ରହିଛି। ତେଲ କମ୍ପାନିଗୁଡ଼ିକୁ ଅଧିକ ଦାମ୍ ଦେଇ ତେଲ କିଣିବାକୁ ପଡ଼ୁଛି। ଏପଟେ ତୈଳ କମ୍ପାନିଗୁଡ଼ିକ ବଜାର ଦରଠାରୁ କମ୍ ଦାମ୍ରେ ତେଲ ବିକ୍ରି କରୁଥିବାରୁ ଦିନକୁ ୧୦୦୦ କୋଟି ଟଙ୍କାରୁ ଅଧିକ କ୍ଷତି ସହୁଛନ୍ତି। ସେମାନଙ୍କ ଉପରେ ପଡ଼ିଥିବା ଆର୍ଥିକ ବୋଝକୁ ହାଲୁକା କରିବା ପାଇଁ କେନ୍ଦ୍ର ସରକାର କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ। ଫଳରେ ସେମାନଙ୍କ ଉପରୁ ୩୦ ହଜାର କୋଟି ଟଙ୍କାର ଆର୍ଥିକ ଚାପ କମ୍ ହୋଇଛି। ଏଭଳି ଏକ ସମୟରେ ତେଲ ଦର ନିଶ୍ଚିତ ବଢ଼ିବ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି, ଯଦି ଯୁଦ୍ଧ ଲମ୍ବା ସମୟ ଚାଲିବ ତେବେ ତେଲ ଦର ବଢ଼ାଇବାକୁ ପଡ଼ିବ। ଦରବୃଦ୍ଧି ପାଇଁ କେବଳ ସମୟକୁ ଅପେକ୍ଷା ବୋଲି ସେ କହିଛନ୍ତି।
କାହିଁକି ହୋଇଥାଏ ପିଠି ଯନ୍ତ୍ରଣା ? କେମିତି କରିବେ ଏହାର ଉପଚାର ?
ଆଜିକାଲି ଖରାପ ଜୀବନଶୈଳୀ ଯୋଗୁଁ ପିଠି ଯନ୍ତ୍ରଣା ବା ମାଂସପେଶୀ ଟାଣିହେବା ଏକ ସାଧାରଣ କଥା । ଯେଉଁମାନେ ଠିକ୍ ଭାବେ ବସନ୍ତି ନାହିଁ, ସେମାନଙ୍କ ଭିତରେ ପିଠି ଯନ୍ତ୍ରଣା ଭଳି ଗୁରୁତର ସମସ୍ୟା ଦେଖା ଦେଇଥାଏ । ଏହାବ୍ୟତୀତ ଶାରୀରିକ…





