
ଭୁବନେଶ୍ୱର:ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରୁ ମିଳିଲାଣି କେଜିଏ ସୁନା । ଙ୍କ ଘରୁ ମିଳିଲାଣି କେଜିଏ ସୁନା । ରେଡ ଚାଲିଥିବାବେଳେ ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ କେଜିଏ ସୁନା ଠାବ କରିସାରିଲାଣି । ଏହାଛଡ଼ା ୧୩ ଲକ୍ଷ ଟଙ୍କା, ଗୋଟିଏ କ୍ରେଟା ଓ ଗୋଟିଏ ବେନାମୀ କାର ଜବତ ହୋଇଛି । ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡ଼ା ଘର ଓ ବ୍ରହ୍ମପୁର ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ।ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।




