ଯନ୍ତ୍ରୀଙ୍କ ୧୮ ପ୍ଲଟ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିପୁର ସମ୍ପତ୍ତି ଠାବ କରାଯାଇଛି । ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ୨ଟି ବହୁତଳ କୋଠା ଠାବ କରାଯାଇଛି । ଭୁବନେଶ୍ୱରରେ ୬ଟି ପ୍ଲଟ ସମେତ ମୋଟ ୧୮ଟି ପ୍ଲଟ ଠାବ କରାଯାଇଛି । ସେହିପରି ୮୫୦ ଗ୍ରାମ ସୁନା ମଧ୍ୟ ଠାବ କରାଯାଇଛି । ବ୍ୟାଙ୍କ ଜମା ଓ ବୀମା ଜାଣିବାକୁ ଯାଞ୍ଚ ଜାରି ରହିଛି ।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଜୟପୁରରେ ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ଓ ଭୁବନେଶ୍ୱର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି।ବିଶ୍ୱନାଥ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତତନ୍ତ କରି ତାଙ୍କ ଘରେ ଚଢ଼ାଉ କରିଛି। ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱ ମଧ୍ୟ ଅଛନ୍ତି ବିଶ୍ୱନାଥ। ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ