ଯାଜପୁର,03।09:ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକରେ ଡାଇରିଆ ବ୍ୟାପିବାରେ ଲାଗିଛି । ଏଥିରେ ୧୦ ଜଣ ଆକ୍ରାନ୍ତ ହୋଇଥିଲେ । ସମେସ୍ତ ସୁସ୍ଥ ଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ହେଉଛନ୍ତି ବଡଚଣା ବ୍ଲକ ସାଉଡିଆ ପଂଚାୟତ ତାଳୁଆ ଗାଁର ଜଣେ ମହିଳା । ସେ ଗୁରୁତର ହେବାକୁ ତାଙ୍କୁ କଟକ ଏସସିବିକୁ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଝାଡାବାନ୍ତିର କାରଣ ନେଇ ଯାଜପୁର ମେଡିକାଲ କଲେଜ ଟିମ୍ ଏବଂ ପାଖ ସିଏଚସି ଯାଞ୍ଚ କରୁଛନ୍ତି । ବଡଚଣା ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଏକ ଟିମ୍ ମଧ୍ୟ ଗାଁରେ ପହଂଚି ଓ.ଆର.ଏସ, ହାଲୋଜେନ ବଟିକା, ବ୍ଲିଚିଂ ପାଉଡର ଯୋଗାଇ ଦେଉଛନ୍ତି । ଗାଁରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଓ ଭୂତଳ ଜଳ ପ୍ରଦୂଷଣ ଯୋଗୁଁ ଗାଁକୁ ଝାଡାବାନ୍ତି ବ୍ୟାପିଥିବା ଅନୁମାନ କରାଯାଉଛି। ଗାଁରେ ଶୌଚ ହେବାକୁ ଯଥେଷ୍ଟ ସ୍ଥାନ ନଥିବାରୁ ସମସ୍ତେ ଗୋଟିଏ ସ୍ଥାନକୁ ବ୍ୟବହାର କରୁଥିବାରୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ଆଣିଛନ୍ତି ଲୋକ। ତଳୁଆ ଗାଁରୁ ପାଣି ଓ ଝାଡା ନମୁନା ପରୀକ୍ଷା ପାଇଁ ନିଆଯାଇଛି । ଯାଜପୁର ସିଡିଏମଓ ୩ ଦିନରେ ରିପୋର୍ଟ ଦେବେ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ
ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…