ଯାଜପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ ଏସସିବିରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ କାମ କରୁଛନ୍ତି। ସରକାର ଡାଇରିଆକୁ ପ୍ରତିହିତ କରିବାକୁ ପୁରାପୁରି ପ୍ରସ୍ତୁତ ଅଛନ୍ତି। ଝାଡ଼ାବାନ୍ତି ହେଉଥିଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଆସିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଆଜି କେନ୍ଦ୍ରୀୟ ଟିମ୍‌ ବି ଓଡ଼ିଶାଗସ୍ତରେ ଆସୁଛନ୍ତି।
ଯାଜପୁର ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶାଗସ୍ତରେ ଆସୁଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ