ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ସ୍ନାତକ(+୩) ନାମଲେଖା ଶନିବାର ଶେଷ ହୋଇଛି। +୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ଖୁବ୍‌ଶୀଘ୍ର +୩ ଦ୍ବିତୀୟ ପର୍ୟ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଫଳରେ ଇନ୍‌ଷ୍ଟାଣ୍ଟ ପରୀକ୍ଷାରେ କୃତକାର୍ୟ୍ୟ ହୋଇଥିବା ଛାତ୍ରଛାତ୍ରୀ ନାମଲେଖା ସୁଯୋଗ ପାଇବେ। ସ୍ନାତକ(+୩)ରେ ମୋଟ ୨,୭୪, ୧୫୩ ଆସନ ଥିଲା। ପ୍ରଥମ ପର୍ୟ୍ୟାୟରେ ମୋଟ ୧ ଲକ୍ଷ ୮୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ୧୦୫୩ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ମୋଟ ୯୦ ହଜାରରୁ ଅଧିକ ଆସନ ଖାଲି ରହିଛି। ଆଜି ଥିଲା ତତ୍କାଳ ନାମଲେଖାର ଅନ୍ତିମ ଅବଧି। କଳାରେ ସର୍ବାଧିକ ୧ ଲକ୍ଷ ୧୩ ହଜାର ୯୬୮ ଛାତ୍ରଛାତ୍ରୀ ନାମଲେଖାଇଥିବାବେଳେ ସଂସ୍କୃତରେ ସର୍ବନିମ୍ନ ୩ ହଜାର ୧୯୮ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଦ୍ବିତୀୟ ପର୍ୟ୍ୟାୟ ନାମଲେଖା‌ର ଛାତ୍ରଛାତ୍ରୀଙ୍କୁ କୌଣସି ସଂରକ୍ଷଣ ମିଳିବ ନାହିଁ। ଦ୍ବିତୀୟ ପର୍ୟ୍ୟାୟରେ ଖାଲି ଆସନରେ ଗୋଟିଏ ଥର ତତ୍କାଳ ନାମଲେଖା ଅନୁଷ୍ଠିତ ହେବ। +୨ ମାର୍କ ଆଧାରରେ ମେଧା ତାଲିକା ପ୍ରକାଶ ପାଇବ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ