ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା: ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଗୁଳିମାଡ଼ରେ ସରାବାଡ଼ି ଗ୍ରାମର ଜୟସେନ ପ୍ରଧାନ (୩୦) ଗୁରୁତର ଆହତ ହୋଇଛନ୍ତି।
ସୂଚନାନୁଯାୟୀ, ଜୟସେନ ନିଜ ଘର କାମ ସାରି ବାହାରେ ଥିବାବେଳେ ସେହି ଗ୍ରାମର ଜଣେ ଯୁବକ କିଛି ସହଯୋଗୀଙ୍କ ସହ ବୁଲେଟ୍‌ରେ ଆସିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜୟସେନଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ସେମାନେ ସେଠାରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।ଗୁରୁତର ଆହତ ଜୟସେନଙ୍କୁ ପରିବାର ଲୋକ ଓ ସାଙ୍ଗମାନେ ପ୍ରଥମେ ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, କିଛିଦିନ ତଳେ ଗ୍ରାମର ଭଗବାନ ଗୌଡ଼ଙ୍କ ଏକ ଅଟୋକୁ ରାତିରେ କିଛି ଲୋକ ନିଆଁ ଲଗାଇ ପୋଡ଼ି ଦେଇଥିଲେ। ଏହି ଘଟଣାରେ ଭଗବାନ ଓ ଜୟସେନ ଅଟୋ ପୋଡ଼ିଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ପରେ ପୋଲିସ ଉଭୟ ପକ୍ଷଙ୍କୁ ଥାନାକୁ ଡାକି ବୁଝାସୁଝା କରିଥିଲା। ତେବେ ଭଗବାନଙ୍କ ରାଗ କମି ନଥିଲା ବୋଲି ଜୟସେନଙ୍କ ଭଉଣୀ ମାମାଲି ପ୍ରଧାନ କହିଛନ୍ତି।

ଏହି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭଗବାନ ଜୟସେନଙ୍କୁ ଗୁଳି କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ତେବେ ଘଟଣାର ପ୍ରକୃତ କାରଣ ଓ ଗୁଳିକାଣ୍ଡରେ କିଏ ସମ୍ପୃକ୍ତ, ସେନେଇ ବଡ଼ଗଡ଼ ପୋଲିସ ତଦନ୍ତ ଜାରି ରଖିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ