ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ୟ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କୁ ଗିରଫ କରିବା ସହିତ ତା’ର ଅନୁସନ୍ଧାନ ଜାରି ରଖିଛି । ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି।ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁର୍ବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ ଅଧ୍ୟକ୍ଷା ଶ୍ରୀମତୀ ମହାନ୍ତି ବାଲିଅନ୍ତା ଯିବେ ବୋଲି ଜଣା ଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ