ଯୁବକଙ୍କ ଉପରକୁ ଏସିଡ୍ ମାଡ

ବାସୁଦେବପୁର: ଭଦ୍ରକ ଜିଲ୍ଲା ନାୟକଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା। ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ ହୋଇଛି। ଯୁବକଙ୍କ ମୁହଁ ଆଖି ଓ ମୁଣ୍ଡ ପୋଡି ଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଡ଼ାକ୍ତର ଖାନାରେ ଭର୍ତ୍ତି କରାଯାଇଛି। ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଅଧିକ ଚିକିତ୍ସା ପାଇଁ ଭଦ୍ରକ ପରେ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଛି। ଯୁବକଙ୍କ ନାମ ଜଗବନ୍ଧୁ ପଳାଇ। ଜଗବନ୍ଧୁ ଜଣେ ଟେଣ୍ଟ ବ୍ୟବସାୟୀ। ଗାଁରେ ଅଷ୍ଟମ ପ୍ରହାରୀ ପ୍ରସାଦ ଖାଇ ଘରେ ଶୋଇ ଥିଲେ। ନୂଆ ଘର ତିଆରି ହେଉଥବାରୁ କବାଟ ଝରକା ଲାଗିନଥିଲା। ଝରକାରେ କପଡା ଲଗାଇ ଘରେ ରହୁଥିଲେ। ଘରେ ଶୋଇଥିବା ବେଳେ କେହି ଦୁର୍ବୁତ୍ତ ଝରକାର କପଡା ଟେକି ଜଗବନ୍ଧୁ ମୁହଁକୁ ଏସିଡ ପକାଇ ଫେରରା ହୋଇଥିଲେ। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାସୁଦେବପୁର ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ଭଦ୍ରକ ପରେ କଟକ ନିଆଯାଇଛି। ଅଭିଯୋଗ ପାଇ ପୁଲିସ ତଦନ୍ତ ଆରମ୍ଭ କରିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ