ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ବଲାଙ୍ଗୀର: ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡ଼ା ଫାଣ୍ଡି ଅନ୍ତର୍ଗତ ଗଏଲପିଟା ନିକଟରେ ଥିବା ଏକ କପା କିଆରିରେ ବୁଧବାର ସକାଳେ ଜନୈକା ଯୁବତୀଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଥିବା ଫାଣ୍ଡି ଅଧିକାରୀ ମଳୟ ପଣ୍ଡା ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ବୁଧବାର ସକାଳୁ କିଛି ଛେଳି ଚରାଳି ଛେଳି ଚରାଇବାକୁ ଯାଇଥିବାବେଳେ ଯୁବତୀଙ୍କ ମୃତଦେହ ଦେଖି ଆସି ଗାଁରେ କହିଥିଲେ। ପରେ ଜମି ମାଲିକ ସ୍ଥାନୀୟ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପରେ ସାଇଣ୍ଟିଫିକ୍‌ ଟିମ୍‌ ଆସି ସରଜମିନ ତଦନ୍ତ କରିଥିବା ବେକେ ଘଟଣାକୁ ନେଇ ସନ୍ଦେହରେ କିଛି ଲୋକଙ୍କୁ ପଚରାଉଚରା କରୁଛି ପୋଲିସ। ଅନ୍ୟ ପଟେ ଯୁବତୀଙ୍କୁ ବଳାତ୍କାର କରି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ଯୁବତୀଙ୍କ ମୁହଁକୁ ଦୁର୍ବୃତ୍ତମାନେ ଜାଳି ଦେଇଥିବା ସାଧାରଣରେ ଆଲୋଚନା ହେଉଛି। ଏହି ଖବର ଏବେ ଦେଓଗାଁ ଅଞ୍ଚଳରେ ଏବେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହାକୁ ଆଧାର କରି ପୋଲିସ ଏବେ ତନାଘନା ଚଳାଇଥିବା ଜଣାପଡ଼ିଛି।

  • Related Posts

    ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ

    ଯାଜପୁର ସଦର: ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ସୂଚନା ଅନୁସାରେ, ସୋମବାର ରାତିରେ ଯାଜପୁର ସହରର…

    Continue reading
    ମାନସିକ ବିକାରଗସ୍ତ ଯୁବତୀକୁ ଦୁଷ୍କର୍ମ

    ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ଗ୍ରାମରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମାନସିକ ବିକାରଗସ୍ତ ଯୁବତୀକୁ ସେହି ଗ୍ରାମର ଜନୈକ ଯୁବକ ବଳପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୁଲିସ ଘଟଣାରେ ଏକ ମାମଲା ରୁଜୁ ଅଭିଯୁକ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ