ଯେଉଁମାନେ କ୍ରସ୍ ଭୋଟିଂ କରିବେ, ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ :କାଡାମ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ କଂଗ୍ରେସରେ ବଡ଼ ହଲଚଲ୍। ଫୋନ୍ ଉଠାଉ ନାହାନ୍ତି କଂଗ୍ରେସ ବିଧାୟକ ଦାଶରଥୀ ଗମାଙ୍ଗ। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ସୂଚନା।
ପିସିସି ସଭାପତି ଏବଂ ଏଆଇସିସି ନେତା ଯୋଗାଯୋଗ କରୁଛନ୍ତି। ଫୋନ୍ ନ ଉଠାଇଲେ ବି ତାଙ୍କ ଉପରେ କଂଗ୍ରେସ ଭରସା ରଖିଛି। ଦାଶରଥୀ ନିଶ୍ଚିତ ଦତ୍ତେଶ୍ୱର ହୋତାଙ୍କୁ ଭୋଟ୍ ଦେବେ ବୋଲି କହିଛନ୍ତି କାଡାମ। ଯେଉଁମାନେ କ୍ରସ୍ ଭୋଟିଂ କରିବେ, ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ।ବିଜେପି ଯେଉଁ ଯୋଜନା କରୁଛି, ସଫଳ ହେବ ନାହିଁ କହିଛନ୍ତି କାଡାମ।

ରାଜ୍ୟ ସଭା ନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନିଜ ୮ ବିଧାୟକଙ୍କୁ ନେଇ ବେଙ୍ଗାଲୁରୁ ଚାଲି ଯାଇଛନ୍ତି। ମାତ୍ର ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି। ସେମାନେ ହେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସାଗର ଦାସ, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ ଓଡ଼ିଶାରେ ଅଛନ୍ତି। ସବୁଠାରୁ ଆଶ୍ଚର୍ୟ୍ୟର ବିଷୟ ବିଧାୟକ ଦାଶରଥି ଗମାଙ୍ଗ କଂଗ୍ରେସର କୌଣସି ନେତାଙ୍କୁ ଧରାଛୁଅାଁ ଦେଉନାହାନ୍ତି। ଟେଲିଫୋନ୍‌ ଯୋଗେ ମଧ୍ୟ ଦଳର ନେତୃତ୍ୱଙ୍କ ସହିତ ସେ ଯୋଗାଯୋଗ ରଖୁ ନ ଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ