ଯୋଗାଭ୍ୟାସ କଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ ଓ ବିଧାୟକ

ଭୁବନେଶ୍ୱର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର ବୋଲି କହିଛନ୍ତି।ଏହି ଅବସରରେ ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଇଜାଗ ଠାରୁ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। କାର୍ୟ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଯୋଗ କେବଳ ଏକ ବ୍ୟାୟମ କିମ୍ବା ଯୋଗକୁ କିଛି ଆସନ ମଧ୍ୟରେ ସୀମିତ ରଖିବା ଉଚିତ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଭାରତୀୟ ସଂସ୍କୃତି ଏବଂ ଯୋଗୀ ପରମ୍ପରାରୁ ସୃଷ୍ଟି ହୋଇଥିଳୀ ମଧ୍ୟ ସେଥିପାଇଁ ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଏହା ଜଡିତ ନୁହେଁ। ଶରୀର, ଆତ୍ମା ଏବଂ ଚିନ୍ତନ ଶକ୍ତିକୁ ଉଦ୍ବୁଦ୍ଧ କରୁଥିବା ଯୋଗ, ଆଜି ଜାତି, ଧର୍ମ, ବର୍ଣ୍ଣ ନିବିଶେଷରେ ସମସ୍ତଙ୍କ ଦ୍ଵାରା ଆଦୃତ ହୋଇ ପାରିଛି।

ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଏକ ଅବିଛେଦ୍ୟ ଅଙ୍ଗ ହେଉଛି ‘ଯୋଗ’, ଯାହା କେବଳ ଦେଶ ଭିତରେ ସୀମିତ ହୋଇ ରହିଥିଲା। କିନ୍ତୁ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ୨୦୧୪ ମେ’ ମାସରେ ଦାୟିତ୍ଵ ଗ୍ରହଣ କରିବାର ମାତ୍ର ଛ’ ମାସରେ ଯୋଗକୁ ସାରା ବିଶ୍ଵରେ ପରିଚିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଫଳରେ ୨୦୧୪ ଡିସେମ୍ବର ୧୧ ତାରିଖରେ ଜାତିସଂଘ ପ୍ରତିବର୍ଷ ଜୁନ ୨୧ ତାରିଖକୁ ‘ଆନ୍ତର୍ଜାତୀୟ ଯୋଗ ଦିବସ’ ଭାବେ ପାଳନ କରିବା ପାଇଁ ପ୍ରସ୍ତାବ ପାରୀତ କରିଥିଲା। ଆଜି ପୃଥିବୀର ପ୍ରାୟ ସବୁ ଦେଶରେ ଲୋକେ ଆଗ୍ରହ ଏବଂ ଉତ୍ସାହର ସହିତ ଏହାକୁ ପାଳନ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଚଳିତ ବର୍ଷ ପାଳନ ହେଉଥିବା ଅନ୍ତର୍ଜାତୀୟ ଯୋଗ ଦିବସର ଶୀର୍ଷକ ହେଉଛି, “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ଯାହା, ବ୍ୟକ୍ତିଗତ କଲ୍ୟାଣ ଓ ପୃଥିବୀର ସ୍ୱାସ୍ଥ୍ୟ ମଧ୍ୟରେ ଥିବା ଗଭୀର ସମ୍ପର୍କକୁ ଉଜାଗର କରେ। ଏଥିରେ ଦର୍ଶାଯାଇଛି ଯେ, କିପରି ପ୍ରାଚୀନ ଯୋଗ ଅଭ୍ୟାସ କେବଳ ଶରୀର ଓ ମନକୁ ପୋଷଣ କରେ ନାହିଁ ବରଂ ପ୍ରକୃତି ଏବଂ ସମସ୍ତ ଜୀବଜନ୍ତୁଙ୍କୁ ସମ୍ମାନ ଦେଉଥିବା ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଜୀବନଶୈଳୀକୁ ପ୍ରୋତ୍ସାହିତ କରେ ବୋଲି ସେ କହିଛନ୍ତି।
ସେ ପୁଣି କହିଥିଲେ ଯେ, ଓଡ଼ିଶାରେ ଆମେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରୁଛୁ। ଆମର ସ୍କୁଲ, କଲେଜ, ଛାତ୍ରାବାସ ଏବଂ କ୍ରୀଡା କେନ୍ଦ୍ର ମାଧ୍ୟମରେ ଆମେ କର୍ମଶାଳା ଆୟୋଜନ କରୁଛୁ ଏବଂ ସଚେତନତା ସୃଷ୍ଟି କରୁଛୁ। ଆମେ ଯୋଗକୁ ବିଦ୍ୟାଳୟ କାର୍ୟ୍ୟକ୍ରମ ଏବଂ ଜନସ୍ୱାସ୍ଥ୍ୟ କାର୍ୟ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ପଦକ୍ଷେପ ନେଉଛୁ। ଆମର ଲକ୍ଷ୍ୟ ହେଉଛି ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଏବଂ ଦକ୍ଷ ତଥା ସଶକ୍ତ ଓଡ଼ିଶା ଗଠନ କରିବା। ଆଜି, ଓଡ଼ିଶାର ସମସ୍ତ ଜିଲ୍ଲାରେ ଯୋଗ ଅଧିବେଶନ ଅନୁଷ୍ଠିତ ହେଉଛି। ସହରାଞ୍ଚଳ ହେଉ କି ଗ୍ରାମାଞ୍ଚଳ, ହଜାର ହଜାର ଲୋକ ଯୋଗ ପାଳନ କରିବାକୁ ଏକାଠି ହେଉଛନ୍ତି। ଏହି ଗଣ ଅଂଶଗ୍ରହଣ ଆମ ଲୋକଙ୍କ ମଧ୍ୟରେ ବଢ଼ୁଥିବା ସଚେତନତା ଏବଂ ସୁସ୍ଥ ଜୀବନଯାପନ ପ୍ରତି ସେମାନଙ୍କର ଆଶା ଓ ବିଶ୍ୱାସକୁ ଦର୍ଶାଉଛି।ସୂଚନା ଥାଉକି, କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ଯୋଗ ଶିବିରରେ ପ୍ରାୟ ୧୫ ହଜାର ଜନସାଧାରଣଙ୍କ ସମେତ ରାଜ୍ୟର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଓ ବରିଷ୍ଠ ଅଧିକାରୀ ମନେ ଯୋଗ ଦେବା ସହିତ ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ପାରମ୍ପରିକ ଗୋଟିପୁଅ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା।

  • Related Posts

    “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ” ଶୀର୍ଷକ କର୍ମଶାଳା

    ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା: ୧୩/୧୦/୨୦୨୬: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମେ’ଫେୟାର୍ କନଭେନସନଠାରେ “ମୁକ୍ତ ବାଣିଜ୍ୟ…

    Continue reading
    ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଉପକୃତ ହେବେ ୧,୬୦୮ ପରିବାର PMAY-Urban BANDHU” ଯୋଜନାରେ ଗାଡ଼କଣଠାରେ ସୁଲଭ ଭଡ଼ା ଆବାସ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କ୍ରୀଡ଼ା ଓ ସୁସ୍ଥତା ପାଇଁ ରାଜଧାନୀ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ