ଯୌତୁକ ପାଇଁ ବୋହୂକୁ ଜାଳିଦେଲେ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ କହ୍ଲେଇପୁର ଗାଁର ଆସିଛି ଦୁଃଖଦ ଖବର । ଯୌତୁକ ନିଆଁରେ ଜଳିଲେ ଆରତୀ । ଅଧାପୋଡ଼ା ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇ ବର୍ଷ ତଳେ ଆକାଶ ପରିଡ଼ାଙ୍କ ସହିତ ଆରତୀଙ୍କର ପ୍ରେମ ବିବାହ ହୋଇଥିଲା । କିଛି ଦିନ ଠିକ୍‌ଠାକରେ ଚାଲିଲା ଉଭୟଙ୍କ ସଂସ୍କାର । ହେଲେ ଗତ କିଛି ଦିନ ହେବ ଶାଶୂ ଯୌତୁକ ପାଇଁ ବିଭିନ୍ନ ସମୟରେ ଆରତୀଙ୍କୁ ନିର୍ୟାତନା ଦେଉଥିବାର ବାପା ଅଭିଯୋଗ କରିଛନ୍ତି । ଏପିରିକି ଗତ ରାତିରେ ଶାଶୁ-ବୋହୂଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା । ପରେ ସୋମବାର ସକାଳୁ ଆରତୀଙ୍କୁ ଦିଅର ପ୍ରକାଶ ଓ ଶାଶୂ ମିଶି ପେଟ୍ରୋଲ ଢାଳି ନିଆଁ ଲଗାଇ ମାରିବାକୁ ଚେଷ୍ଟା କରିଥିଲେ ବୋଲି ଅଭିଯୋଗ ହୋଇଛି । ପରେ ଅଧାପୋଡ଼ା ଅବସ୍ଥାରେ ଆରତୀଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ନିଆଁ ଲାଗି ଆରତୀଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ିଯାଇଥିବା ବେଳେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଏବେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

  • Garvita Odia

    Related Posts

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ୟ୍ୟାଳୟର କାର୍ୟ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍‌ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୪ ହଜାର ଟଙ୍କା ଦାବି କରିଥିଲେ।…

    ବନ୍ଦ କୋଠରୀ ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପାଟିଆ ଗାଁରେ ଏକ ବନ୍ଦ କୋଠରୀ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତାଳଚୁଆ ସାମୁଦ୍ରିକ ଥାନା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ