ରଣେନ୍ଦ୍ରଙ୍କ ଉପରେ ଆକ୍ରମଣ ବିଜେପିର ପ୍ରାୟୋଜିତ କାର୍ୟ୍ୟକ୍ରମ ଥିଲା: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ୮ ଥରର ନିର୍ବାଚିତ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ଗତ କାଲି ହୋଇଥିବା ଆକ୍ରମଣ ବିଜେପିର ଏକ ପ୍ରାୟୋଜିତ କାର୍ୟ୍ୟକ୍ରମ ଥିଲା। ଆଠ ଆଠ ଥର ନିର୍ବାଚିତ ହୋଇଥିବା ଓ ଚଳିତ ବିଧାନସଭାର ପ୍ରୋଟେମ୍‌ ବାଚସ୍ପତି ଦାୟିତ୍ୱ ତୁଲାଇଥିବା ଶ୍ରୀ ସ୍ୱାଇଁଙ୍କ ଉପରେ ଏକ ପ୍ରାୟୋଜିତ ଆକ୍ରମଣ କରାଇବା ବିଜେପିର ରୁଗ୍‌ଣ ମାନସିକତାକୁ ଦର୍ଶାଇବା ସହ ରାଜ୍ୟର ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ପ୍ରତାପ ଜେନା ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି।
ଶ୍ରୀ ଜେନା କହିଥିଲେ, ତିଗିରିଆ ବ୍ଲକର ପଞ୍ଚାୟତ ସମିତି ବୈଠକରେ ଯୋଗ ଦେଇ ଆଠଗଡ଼ର ବିଧାୟକ ଶ୍ରୀ ସ୍ୱାଇଁ ଫେରୁଥିବା ସମୟରେ ତାଙ୍କ ଉପରେ ଏହି ପ୍ରାୟୋଜିତ ଆକ୍ରମଣ ହୋଇଥିଲା। ଦୁଃଖ ଓ ପରିତାପର ବିଷୟ ଯେ, ଜଣେ ବରିଷ୍ଠ ବିଧାୟକଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସରକାର ବିଫଳ ହୋଇଛନ୍ତି। ଏହି ଘଟଣାକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରୁଛି।

  • Related Posts

    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading
    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ